Advertisment

ଆସୁଛି ଆଉ ଏକ ଲଘୁଚାପ, ୧୪ ଜିଲ୍ଲାକୁ ୟେଲୋ ଆଲର୍ଟ

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି ।

ଅଦ୍ୟତନ ହୋଇଛି
IMD Issues Yellow Warning for 14 Districts & Heavy Rainfall in Next 2 Days

Low Pressure

Advertisment

ଆସୁଛି ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ବାଂଲାଦେଶ ଉପରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ୨୪ ଘଣ୍ଟାରେ ଏହା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଗତି କରି ଅବପାତରେ ପରିଣତ ହୋଇପାରେ । ଏପରିକି ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ବି ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଅଧିକ ପଢ଼ନ୍ତୁ: ରାଜ୍ୟରେ ପୁଣି ବଢିବ ବର୍ଷା; ଆଜି ପାଇଁ ୧୪ ଉପକୂଳ ଜିଲ୍ଲାକୁ ବିଜୁଳି-ଘଡ଼ଘଡ଼ି ୱାର୍ଣ୍ଣିଂ...

ଏହା ପ୍ରଭାବରେ ରାଜ୍ୟରେ ଆଜିଠୁ ୧୫ ତାରିଖ ପର୍ଯ୍ୟନ୍ତ ୩ ଦିନ ବର୍ଷା ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ପାଇଁ ଘଡ଼ଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆଜିଠାରୁ ବର୍ଷାର ପରିମାଣ ବଢିବା ସହ ଅତି ପ୍ରବଳ ବର୍ଷା ନେଇ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

Advertisment

ଏହାସହ ପ୍ରବଳ ବର୍ଷା ନେଇ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ୧୪ ତାରିଖରେ ଅର୍ଥାତ୍ ଆସନ୍ତାକାଲି ପାଇଁ ମୟୁରଭଞ୍ଜ, ସୁନ୍ଦରଗଡ ଓ କେନ୍ଦୁଝରକୁ ଅରେଞ୍ଜ ୱାର୍ଣ୍ଣିଂ ସହ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Advertisment

Weather Update Heavy Rainfall Low Pressure
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ