Advertisment

୨୮ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା !

ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
୨୮ରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା !

cloudy sky

ଭୁବନେଶ୍ୱର: ଆସନ୍ତା ୨୮ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତାକାଲିଠୁ ୨୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜୁଲାଇ ୨୫ ମଧ୍ୟରେ ପ୍ରାୟ ୩୯୭. ୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ଯାହାକି ଏହା ସ୍ୱାଭାବିକ ବର୍ଷା ୪୮୬.୭ ମି.ମି. ଠାରୁ ୧୮ ପ୍ରତିଶତ କମ୍। ୧୨ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 

Advertisment

ଜୁନ୍‌ ୧ରୁ ଜୁଲାଇ ୨୨ ପର୍ଯ୍ୟନ୍ତ ଓଡ଼ିଶାରେ ୩୪୬.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ଗୁରୁବାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦିଆଯାଇଥିଲା।

Advertisment

ସୂଚନାଥାଉ କି, ଗତ କିଛିଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗତକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିଲା। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା।

ଅନ୍ୟପକ୍ଷେ, ମହାରାଷ୍ଟ୍ରରେ ବର୍ଷା ଓ ବନ୍ୟା ଜନିତ ଭୂସ୍ଖଳନ ଯୋଗୁ ମହାରାଷ୍ଟ୍ରରେ ୧୦୦ରୁ ଅଧିକ ଲୋକଙ୍କର ଜୀବନ ଗଲାଣି। ସେହିପରି ଲକ୍ଷାଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଗଲାଣି।ଏଯାବତ୍‌ ୧ ଲକ୍ଷରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଗଲାଣି। ଗତ କିଛିଦିନ ହେଲା କୋଙ୍କଣ ଅଞ୍ଚଳରେ ବର୍ଷା ଲାଗି ରହିଥିବାରୁ ବନ୍ୟା ପରିସ୍ଥିତି ଉପୁଜିଛି। 

Low Pressure Odisha Weather Update
Advertisment
Advertisment