Yellow warning issued for Odisha districts
ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ଆସନ୍ତା ୨ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆଜି ପାଣିପାଗ ବିଭାଗ ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।
ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୧୫ ତାରିଖ ଯାଏଁ ଏକାଧିକ ଜିଲ୍ଲାରେ ବର୍ଷା ହୋଇପାରେ । ଆସନ୍ତାକାଲି ଯାଏଁ ଦକ୍ଷିଣ ଓଡ଼ିଶାର ୫ ଜିଲ୍ଳା କୋରାପୁଟ, ମାଲକାନଗିରି, ଗଜପତି, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେପଟେ ଗତକାଲି କୋରାପୁଟରେ ପ୍ରବଳ ବର୍ଷା ହୋଇଛି । କୋରାପୁଟ ଜିଲ୍ଲାରେ ୭୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଲଘୁଚାପ ପ୍ରଭାବରେ ଜିଲ୍ଲାରେ ଦିନତମାମ ବର୍ଷା ଲାଗି ରହିଥିବା ବେଳେ କୋରାପୁଟ ସହରରେ ଛେଚିଛି ବର୍ଷା । ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଡ୍ରେନ ଉପରେ ପାଣି ଚାଲୁଥିଲା ।
ରାସ୍ତାଘାଟ ଜଳମୟ ହୋଇଯାଇଥିବା ବେଳେ ପଥଚାରୀ ଏବଂ ଉଠାଦୋକାନୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ । ସ୍କୁଲ ଓ କଲେଜର ଛାତ୍ରଛାତ୍ରୀ ମାନେ ଘରକୁ ଫେରିବା ସମୟରେ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହୋଇଥିଲେ । ବର୍ଷା ଯୋଗୁଁ ରାସ୍ତା ଘାଟ ଶୂନଶାନ ହୋଇଯାଇଥିଲା।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1694488387.jpg)