/odishatv-khabar/media/post_attachments/uploadimage/library/16_9/16_9_0/____1699670847.jpg)
Another Low Presure May Form Around Nov 15
ଆସୁଛି ଆଉ ଏକ ଲଘୁଚାପ ! ୧୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ବର୍ଷା ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଏବଂ ତତ୍ସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ଅନ୍ୟପକ୍ଷେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।
ସର୍ବନିମ୍ନ ତାପମାତ୍ରା ଏବଂ ରାତିର ତାପମାତ୍ରାରେ ଏବେ ବିଶେଷ କିଛି ପରିବର୍ତ୍ତନର ସମ୍ଭାବନା ନଥିବା ପାଣିପାଗ ବିଭାଗ ଆକଳନ କରିଛି ।
ଦକ୍ଷିଣପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ #୧୫ନଭେମ୍ବର ବେଳକୁ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) November 10, 2023
୧୫ ରେ #ଲଘୁଚାପ ସମ୍ଭାବନା !! pic.twitter.com/a2xTkizTif
— Meteorological Centre, Bhubaneswar (@mcbbsr) November 10, 2023
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)