Advertisment

ତାତିରେ ରେକର୍ଡ ଭାଙ୍ଗିଲା ଭୁବନେଶ୍ୱର

ମଧ୍ୟପ୍ରଦେଶ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି।

ଅଦ୍ୟତନ ହୋଇଛି
undefined

Heat Wave Conditions in Bhubaneswar

Advertisment

ଆଜି ତାତିରେ ରେକର୍ଡ ଭାଙ୍ଗିଲା ରାଜଧାନୀ ଭୁବନେଶ୍ୱର। ଅପରାହ୍ନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୧.୨ଂ। ୪୧.୨ ଡିଗ୍ରୀ ସହ ଭୁବନେଶ୍ୱର ରାଜ୍ୟରେ ସର୍ବାଧିକ ଉତ୍ତପ୍ତ। ସେହିପରି ସମ୍ବଲପୁର ୪୦.୨, ଚାନ୍ଦବାଲି ୪୦, ଝାରସୁଗୁଡ଼ା ୩୯.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରହିଛି।  ଆଜି ସକାଳ ହେବା ମାତ୍ରେ ଭୁବନେଶ୍ୱରରେ ଗରମ ଅନୁଭୂତ ହେଉଥିଲା। ତେବେ ୧୧.୩୦ ସୁଦ୍ଧା ରାଜଧାନୀର ତାପମାତ୍ରା ୪୦ ଡିଗ୍ରୀ ରେକର୍ଡ କରାଯାଇଥିଲା। 

Advertisment

ଆସନ୍ତା ୨୫ ତାରିଖ ଅର୍ଥାତ  ଆଗାମୀ ୩ ଦିନ ପର୍ଯ୍ୟନ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ଅନେକ ଜିଲ୍ଲାରେ ଦିନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଥିଲା।   

Advertisment

ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ୧୦ଟି ଜିଲ୍ଲାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି, କନ୍ଧମାଳ, ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ସମ୍ଭାବନା ରହିଛି।  

Weather Forecast Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ