Advertisment

ରାଜଧାନୀରେ ନିଆଁ ବର୍ଷା, ଦିନ ସାଢ଼େ ୧୧ଟା ସୁଦ୍ଧା ସବୁଠୁ ଉତ୍ତପ୍ତ ସହର

ଆସନ୍ତା ୫ ଦିନ ଯାଏଁ ଖରାରୁ ନିସ୍ତାର ନାହିଁ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ରାଜ୍ୟରେ ହିଟୱେଭ୍‌ କଣ୍ଡିସନ ରହିବ ।

ଅଦ୍ୟତନ ହୋଇଛି
Heat Wave

Heat Wave

Advertisment

ରାଜ୍ୟରେ ଉପର ମୁହାଁ ପାରଦ । ଦୁଇ ଦିନ ହେଲା ରାଜ୍ୟରେ ଅନୁଭୂତ ହେଉଛି ପ୍ରଚଣ୍ଡ ଗ୍ରୀଷ୍ଣପ୍ରବାହ । ଆଜି ଦିନ ସାଢେ ୧୧ଟା ସୁଦ୍ଧା ୬ ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ୩୭.୪ ଡିଗ୍ରୀ ସହ ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟଛି । ସେହପରି ଚାନ୍ଦବାଲିରେ ୩୭ ଡିଗ୍ରୀ, ଝାରସୁଗୁଡ଼ାରେ ୩୬.୬ ଡିଗ୍ରୀ, ବାଲେଶ୍ୱରରେ ୩୫.୮ ଡିଗ୍ରୀ, ରାଉରକେଲାରେ ୩୫.୪ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

Advertisment

ତେବେ ଆସନ୍ତା ୫ ଦିନ ଯାଏଁ ଖରାରୁ ନିସ୍ତାର ନାହିଁ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆସନ୍ତା ୨ ଦିନ ରାଜ୍ୟରେ ହିଟୱେଭ୍‌ କଣ୍ଡିସନ ରହିବ । ସେହିପରି ୧୭ଠୁ ୨୦ ତାରିଖ ଭିତରେ ତାପମାତ୍ରା ଆହୁରି ଅଧିକ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଏପରିକି କିଛି ସ୍ଥାନରେ ୪୩ ଡିଗ୍ରୀ ପର୍ଯ୍ୟନ୍ତ ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇପାରେ। ତେଣୁ ସତର୍କ ରହିବାକୁ ପରାମର୍ଶ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସୂଚନା ଅନୁସାରେ ଗତକିଛି ଦିନ ଧରି ପାଗରେ ପରିବର୍ତ୍ତନ ଯୋଗୁଁ ଖରା, ତାତିରୁ ଲୋକଙ୍କୁ ଆଶ୍ଵସ୍ତି ମିଳିଥିଲା । ପଶ୍ଚିମା ଝଡ଼ ପ୍ରଭାବ ଅପସରି ଯାଇଥିବାବେଳେ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ୧୫ ଓ ୧୬ ତାରିଖ ପାଇଁ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ୱେଭ୍‌ ୱାର୍ଣ୍ଣିଂ ଜାରି କରାଯାଇଛି । ଉପକୂଳ ଓଡ଼ିଶାର ଜଗତସିଂହପୁର, ଗଞ୍ଜାମ ଭଳି ଜିଲ୍ଲାରେ ଅଧିକ ଗୁଳିଗୁଳି ଅନୁଭୂତ ହେବ ।

Advertisment
Weather Heat Wave
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ