/odishatv-khabar/media/post_attachments/uploadimage/library/16_9/16_9_0/IMAGE_1686910563.jpg)
Bhubaneswar records 44.4 degree
ପ୍ରବଳ ଖରା ଓ ତାତିରେ ଜଳୁଛି ରାଜଧାନୀ ଭୁବନେଶ୍ୱର । ଆଜି ଅସହ୍ୟ ଗରମ ରାଜଧାନୀବାସୀଙ୍କ ଜନଜୀବନକୁ ଅସ୍ତବ୍ୟସ୍ତ କରିଛି । ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ଭୁବନେଶ୍ୱର ଭଳି ରାଜ୍ୟର ଅନ୍ୟ ଅଞ୍ଚଳରେ ବି ଖରା ପ୍ରବଳ ହୋଇଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।
ଏଥିସହିତ ଝାରସୁଗୁଡ଼ା ରାଜ୍ୟର ସର୍ବାଧିକ ଉତ୍ତପ୍ତ ଜିଲ୍ଲା ବୋଲି କୁହାଯାଇଛି । ଆଜି ଝାରସୁଗୁଡ଼ାରେ ୪୪.୬ ଡିଗ୍ରୀ ତାପମାତ୍ରା ରହିଥିଲା । ଭୁବନେଶ୍ୱର ଭଳି ସମ୍ବଲପୁର ତାପମାତ୍ରା ମଧ୍ୟ ୪୪.୪ ଡିଗ୍ରୀ ରହିଥିବା ସୂଚନା ଦିଆଯାଇଛି ।
ଅନ୍ୟପଟେ ରାଜ୍ୟରେ ଆଗାମୀ ୩ ଦିନ ଭୀଷଣ ତାତି ଅନୁଭୂତ ହେବ ବୋଲି କୁହାଯାଇଛି । ଆଗାମୀ ୩ ଦିନ ତାତିରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ । ୧୮ ତାରିଖ ଯାଏଁ ଭୀଷଣ ଗ୍ରୀଷ୍ମ ପ୍ରବାହ ଜାରି ରହିବ । କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକଠୁ ୫ରୁ ୭ ଡିଗ୍ରୀ ଅଧିକ ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ତାପମାତ୍ରାରେ ପରିବର୍ତ୍ତନ ହେବ ବୋଲି ସୂଚନା ରହିଛି । ଆଜି ସକାଳୁ ସକାଳୁ ରାଜଧାନୀରେ ଅସହ୍ୟ ଗୁଳୁଗୁଳି ଅନୁଭୂତ ହେଉଥିଲା ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)