/odishatv-khabar/media/post_attachments/uploadimage/library/16_9/16_9_0/IMAGE_1722480022.jpg)
Heavy rainfall
ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ତୁହାକୁ ତୁହା ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ। ତେବେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ଆସନ୍ତାକାଲି ଆଡକୁ ବର୍ଷାର ପରିମାଣ ସାମାନ୍ୟ କମିବ। ଆସନ୍ତାକାଲି ପାଇଁ ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ଅଧିକ ପଢନ୍ତୁ : କୂଳ ଲଙ୍ଘୁଛି ସମୁଦ୍ର, ଭୟଭୀତ ଅବସ୍ଥାରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳର ଲୋକେ
ଅନ୍ୟପଟେ ସୁବର୍ଣ୍ଣପୁରରେ ପ୍ରବଳ ବର୍ଷା ଯୋଗୁ ଭୁଶୁଡ଼ିଲା ଘରର କାନ୍ଥ। ଏଥିରେ ଗୋଟିଏ ପରିବାରର ୫ଜଣ ଗୁରୁତର ହୋଇଛନ୍ତି । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଡାହୁକବୁଡ଼ ଗାଁରେ ଏହି ଘଟଣା ଘଟିଛି। ଗୁରୁତର ଆହତଙ୍କୁ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।
ଲଗାଣ ବର୍ଷା ହେବା ଫଳରେ ରାଜଧାନୀ ଦିଲ୍ଲୀ ଜଳମଗ୍ନ ହୋଇଯାଇଛି । ବିଭିନ୍ନ ଅଞ୍ଚଳ ଜଳବନ୍ଦୀ ହୋଇଯାଇଛି । ରାସ୍ତାରେ ଲହଡ଼ି ଭାଙ୍ଗୁଛି ବର୍ଷା ପାଣି। ରାଜଧାନୀର ପ୍ରମୁଖ ରାସ୍ତା ନଦୀର ଭ୍ରମ ସୃଷ୍ଟି କରିଛି। ପୂର୍ବ ଦିଲ୍ଲୀ ଗାଜିପୁରରେ ଡ୍ରେନରେ ପଡ଼ି ଜଣେ ମହିଳା ଓ ଶିଶୁ ମୃତ୍ୟୁ ହୋଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)