• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସ୍ଥିତି ସମୀକ୍ଷା । ବନ୍ୟାରେ ଯେପରି କୌଣସି ଜୀବନ ହାନି ନହୁଏ ସେଥିପ୍ରତି ଗୁରୁତ୍ୱ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବନ୍ୟାରେ ଯେପରି ଗୋଟିଏ ବି ଜୀବନ ହାନି ନ ହୁଏ ଓ ଯୋଗାଯୋଗରେ କୌଣସି ଗୁରୁତର ବିଭ୍ରାଟ ନ ହୁଏ, ତାହା ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ୧୦ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ବିପଦଶଙ୍କୁଳ ଅବସ୍ଥାରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ପରିସ୍ଥିତି ସଂପର୍କରେ ମୁଖ୍ୟ ଶାସନ ସଚିବ ଓ ସ୍ୱତନ୍ତ୍ର ରିଲିଫ କମିଶନର ନିୟମିତ ଭାବେ ସମୀକ୍ଷା କରିବାକୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ରମାଗତ ଭାବେ ବର୍ଷା ଲାଗି ରହିଥିବାରୁ ମହାନଦୀ ଅବବାହିକା ଅଞ୍ଚଳର ୧୦ଟି ଜିଲ୍ଲାରେ ବନ୍ୟା ହେବାର ସମ୍ଭାବନା ଦେଖାଦେଇଛି । ତେଣୁ ଏହି ୧୦ଟି ଜିଲ୍ଲାର ଜିଲ୍ଲାପାଳ ମାନେ ସତର୍କ ରହିବା ସହିତ ବନ୍ୟା ପରିସ୍ଥିତିକୁ ରୋକିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଇଛି । ବିପଦସଂକୁଳ ଅଞ୍ଚଳରେ ଥିବା ଲୋକମାନଙ୍କୁ ପ୍ରାଥମିକତା ଭିତ୍ତିରେ ସ୍ଥାନାନ୍ତର କରି ସେମାନଙ୍କୁ ଆବଶ୍ୟକ ରିଲିଫ ଓ ମୌଳିକ ସୁବିଧା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟସ୍ତରରେ ସଂପୃକ୍ତ ବିଭାଗମାନେ ଜିଲ୍ଲାଗୁଡିକୁ ସମସ୍ତ ପ୍ରକାର ସାହାଯ୍ୟ ତୁରନ୍ତ ଯୋଗାଇ ଦେବାକୁ କୁହାଯାଇଛି ।

NDRF, ODRAF ଓ Fire Service Unit ଗୁଡିକୁ ବିଭିନ୍ନ ବିପଦସଂକୁଳ ସ୍ଥାନଗୁଡିକରେ ସଜାଗ ରହିବେ । ଆବଶ୍ୟକସ୍ଥଳେ ଲୋକଙ୍କ ଉଦ୍ଧାର କାର୍ଯ୍ୟରେ ନିୟୋଜିତ କରାଯିବା । ହସ୍‌ପିଟାଲ, ଜଳଯୋଗାଣ ଓ ବିଦ୍ୟୁତ ଯୋଗାଣ ବ୍ୟବସ୍ଥା ପରି ଜୀବନ ରକ୍ଷାକାରୀ ସଂସ୍ଥା ଗୁଡିକ ନିରବଚ୍ଛିନ୍ନ ଭାବରେ ସେବା ଯୋଗାଇ ଦଆଯିବ । , ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଗ୍ରାମାଞ୍ଚଳରେ ସ୍ୱଚ୍ଛ ପାନୀୟ ଜଳର ବ୍ୟବସ୍ଥା କରିବା, ସ୍ୱାସ୍ଥ୍ୟ ବିଭାଗ ପ୍ରଭାବିତ ଅଞ୍ଚଳରେ ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି ।

ସେପିପରି ପ୍ରାଣୀଧନର ସୁରକ୍ଷା ପାଇଁ ମତ୍ସ୍ୟ ଓ ପଶୁସଂପଦ ବିଭାଗ ଆବଶ୍ୟକ ସେବା ଯୋଗାଇ ଦେବାକୁ କୁହାଯାଇଛି । ରାସ୍ତାଘାଟର କ୍ଷତି ହୋଇ ଯଦି ଯୋଗାଯୋଗ ବ୍ୟବସ୍ଥା ବ୍ୟାହତ ହୁଏ, ତେବେ ଇଂଜିନିୟରିଂ ବିଭାଗ ଗୁଡିକ ସେଗୁଡିକର ତୁରନ୍ତ ମରାମତି ପାଇଁ ଆଗୁଆ ବ୍ୟବସ୍ଥା କରିବେ । ସେହିପରି ଶକ୍ତି ବିଭାଗ ମଧ୍ୟ ବିଦ୍ୟାତ ଯୋଗାଯୋଗ ବ୍ୟାହତ କ୍ଷେତ୍ରରେ ତୁରନ୍ତ ପୁନଃ ସଂଯୋଗ ପାଇଁ ଆଗୁଆ ବ୍ୟବସ୍ଥା କରିବାକୁ ସେ ପରାମର୍ଶ ଦେଇଛନ୍ତି ।