Advertisment

କାଲିଠୁ ବାତ୍ୟାର ପ୍ରଭାବ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ !

ଆସନ୍ତାକାଲି ଠାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨ ତାରିଖ ଯାଏ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଦ୍ୟତନ ହୋଇଛି
Coastal districts of Odisha are likely to experience rain from tomorrow

Coastal districts of Odisha are likely to experience rain from tomorrow

Advertisment

ଭୀଷଣ ବାତ୍ୟା ‘ଅସାନି’ ପ୍ରଭାବରେ ଆସନ୍ତାକାଲି ଠାରୁ ଉପକୂଳବର୍ତ୍ତୀ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।  ଏହା ୧୨ ତାରିଖ ଯାଏ ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୦ ତାରିଖରେ ଗଜପତି, ଗଞ୍ଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ।  ୧୧ ତାରିଖରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment

ସେହିପରି ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ବାତ୍ୟା ‘ଅସାନି’ ପୁରୀ ଠାରୁ ୬୮୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି।

ବାତ୍ୟା ସୂଚନା : ଲ୍ୟାଣ୍ଡଫଲ୍ କରିବନି ବାତ୍ୟା

ବାତ୍ୟା ‘ଅସାନି’କୁ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି, ‘୧୦ ତାରିଖ ଯାଏ ବାତ୍ୟା ‘ଅସାନି’ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ତତ୍‌ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗର ସମୁଦ୍ର ମଧ୍ୟରେ ଉତ୍ତର ଆନ୍ଧ୍ର ଏବଂ ଓଡ଼ିଶା ଉପକୂଳ ଛୁଇଁବା ବେଳକୁ କ୍ରମଶଃ ଏହାର ଗତିର ଦିଗ ପରିବର୍ତ୍ତନ ହେବ। ଏହାପରେ ଏହା ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବ। ଏହାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଦୁର୍ବଳ ହୋଇ ଭୀଷଣ ବାତ୍ୟାରୁ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖରେ ବାତ୍ୟା ‘ଅସାନି’ ପାରାଦୀପଠୁ ପାଖାପାଖି ୧୧୦ କି.ମି. ଦୂରରେ ଗତି କରିପାରେ। ଏହି ସମୟରେ ଏହା ଦୁର୍ବଳ ହୋଇ ଗଭୀର ଅବପାତର ରୂପ ନେଇ ସାରିଥିବ ବୋଲି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି।

Advertisment

Heavy Rainfall Cyclone Warning Cyclone Cyclone Alert Cyclone Asani
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ