/odishatv-khabar/media/post_attachments/uploadimage/library/16_9/16_9_0/IMAGE_1706498348.jpg)
Odisha Weather
ରାଜ୍ୟକୁ ଫେରିଛି ଶୀତ । ଉପାନ୍ତରୁ ଉପକୂଳ ସବୁଠି ଖସିଛି ପାରଦ । ଆଜି ୧୩ ଡିଗ୍ରୀ ତଳେ ରହିଛି ରାଜ୍ୟର ୧୨ ସହର । ସୁନ୍ଦରଗଡ଼ର ତାପମାତ୍ରା ୮ ଡିଗ୍ରୀକୁ ଖସିଛି । ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପ୍ରବାହିତ ହେଉଥିବା ଥଣ୍ଡା ଶୁଷ୍କ ପବନ ପ୍ରଭାବରେ ଜାଡ ବଢିଥିବା ପାଣିପାଗ ବିଭାଗ କହିଛି ।
Advertisment
ଅନ୍ୟପଟେ ବାୟୁମଣ୍ଡଳରେ ଜଳିୟବାଷ୍ପ ପରିମାଣ ଅଧିକ ରହୁଥିବାରୁ ରାଜ୍ୟର କିଛି ଜିଲ୍ଲାରେ ଘନ କୁହୁଡି ଦୃଶ୍ୟମାନ ହୋଇଛି । ଅନ୍ୟପଟେ ୩୧ ତାରିଖରୁ ପୁଣି ଭିଜିବ ଓଡିଶା । ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟରେ ପୁଣି ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି । ୪ ତାରିଖ ସକାଳ ଯାଏ ପଶ୍ଚିମା ଝଡ ପ୍ରଭାବରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)