Cold wave
ଉତ୍ତରରୁ ଦକ୍ଷିଣ, ଉପକୂଳରୁ ପଶ୍ଚିମ ସବୁଠି ରାଜ୍ କରୁଛି ଥଣ୍ଡା । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ବଢିଥିଲେ ବି ଜାରି ରହିଛି ଶୀତ ଲହରୀ । ବଢ଼ୁଥିବା ଶୀତ ଲୋକଙ୍କ ଦିନଚର୍ଯ୍ୟାକୁ ବଦଳେଇ ଦେଇଛି । ସକାଳୁ ଘରୁ ବାହାରିବା ମୁସକିଲ୍ ହୋଇପଡ଼ିଛି । କନ୍ଧମାଳ, କୋରାପୁଟ, ସୁନ୍ଦରଗଡ଼, ମୟୂରଭଞ୍ଜ ସମେତ ଆଭ୍ୟନ୍ତରୀଣ ଜିଲ୍ଲାରେ ଶୀତ ଅଧିକ ଅନୂଭବ ହେଉଛି ।
ସେହିପରି ଆଗାମୀ ଦୁଇ ଦିନ ପାଇଁ ଉପକୂଳ, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାକୁ କୁହୁଡ଼ି ସତର୍କତା ଜାରି ହୋଇଛି । କଳାହାଣ୍ଡି, କନ୍ଧମାଳ, ରାୟଗଡା, କୋରାପୁଟ, ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡିର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/Cold_wave_1703736792.jpg)