/odishatv-khabar/media/post_attachments/uploadimage/library/16_9/16_9_0/mansoon_1654933132.jpg)
mansoon
ଏଥର ରଜରେ ଭିଜିବ ଓଡ଼ିଶା । ୪ରୁ ୫ ଦିନ ଭିତରେ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ ପାଗ ଅନୁକୂଳ ରହିବ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ରହିଛି । ଏବେ ବଙ୍ଗୋପସାଗରର ଅଧିକାଂଶ ଅଞ୍ଚଳ ମୌସୁମୀ ଛୁଇଁଲାଣି । ଦକ୍ଷିଣ ଭାରତରେ ବି ମୌସୁମୀର ଅଗ୍ରଗତି ଉତ୍ସାହଜନକ ରହିଛି ।
ତେବେ ବର୍ତ୍ତମାନ ହେଉଥିବା ଗରମ ଗୁଳୁଗୁଳିରୁ ନିସ୍ତାର ଆଣିବ ପ୍ରାକ୍ ମୌସୁମୀ ବର୍ଷା । ଆଜି ରାଜ୍ୟର ୧୨ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲା ପାଇଁ ଏହି ୱାର୍ଣ୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାମାନଙ୍କରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହି ଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାରେ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)