• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ପ୍ରଚଣ୍ଡ ଗ୍ରୀଷ୍ମପ୍ର ବାହରେ କଲବଲ ଓଡ଼ିଶା ଆଡ଼କୁ ପୁଣି ମାଡ଼ି ଆସୁଛି କି ବାତ୍ୟା ? ମେ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା ଆଖପାଖ ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ଘୂର୍ଣ୍ଣିବଳୟକୁ ନେଇ ଏଇ ଆଶଙ୍କା ଦେଖା ଦେଇଛି । ତେବେ ଏନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ ଚିତ୍ର ଆସି ନାହିଁ ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ସମ୍ଭାବ୍ୟ ଘୂର୍ଣ୍ଣିବଳୟ ମେ ୫ ତାରିଖ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ୬ ତାରିଖ ବେଳକୁ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ତେଣୁ ପରବର୍ତ୍ତୀ ସମୟରେ ଏହା ବାତ୍ୟା ରୂପ ନେବ ନା ନାହିଁ, ତାହା ଆସନ୍ତା ୨ରୁ ୩ ଦିନ ମଧ୍ୟରେ ସ୍ପଷ୍ଟ ହୋଇଯିବ ବୋଲି ।

ସେପଟେ ଆଜି ବି ଆଭ୍ୟନ୍ତରୀଣ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ । ବଙ୍ଗୋପସାଗର ମଧ୍ୟରୁ ଦକ୍ଷିଣ ଏବଂ ଦକ୍ଷିଣ ପୂର୍ବ ଦିଗରୁ ଓଡିଶା ମଧ୍ୟକୁ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି । ଏହା ପ୍ରଭାବରେ ଆସନ୍ତା କାଲିଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ୨ ଡ଼ିଗ୍ରୀ ଯାଏଁ ତାପମାତ୍ରା ଖସିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।