/odishatv-khabar/media/post_attachments/uploadimage/library/16_9/16_9_0/IMAGE_1725176383.jpg)
Cyclone Asna
ଆରବ ସାଗର ପଟୁ ଗୁଜରାଟକୁ ମାଡ଼ି ଆସୁଛି ସାମୁଦିକ ଝଡ଼ 'ଆସନା'। ଏହାର ପ୍ରଭାବରେ ସାରା ରାଜ୍ୟରେ ୫ ତାରିଖ ଯାଏ ଭୀଷଣରୁ ଅତି ଭୀଷଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଆଶଙ୍କା କରାଯାଉଛି ଯେ, ଏହି ସାମୁଦ୍ରିକ ଝଡ଼ ସୌରାଷ୍ଟ୍ର ଏବଂ କଚ୍ଚ ଦେଇ ଅତିକ୍ରମ କରିପାରେ । ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ସ୍ଥଳଭାଗ ମୁହାଁ ଗତି କରିବ ସାମୁଦ୍ରିକ ଝଡ 'ଆସନା' ।
ଅଧିକ ପ୍ରଭାବିତ ହେବାକୁ ଥିବା ଦକ୍ଷିଣ ଗୁଜରାଟ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ ଜାରି କରାଯାଇଛି । ଭଡ଼ଦୋରା, ଭରୁଚ, ଆନନ୍ଦ, ନର୍ମଦା, ପଞ୍ଚମହଲ, ଦାହୋଦ, ଛୋଟା ଉଦୟପୁରରେ ଆଗାମୀ କିଛି ଦିନ ଯାଏ ବର୍ଷା ଜାରି ରହିବ । ଏହା ପୂର୍ବରୁ କିନ୍ତୁ କିଛି ଦିନ ଧରି ଜାରି ରହିଥିବା ଲଗାଣ ବର୍ଷା ଯୋଗୁଁ ଗୁଜରାଟରେ ଏଯାଏଁ ୩୬ଜଣଙ୍କ ଜୀବନ ଯାଇଥିବା ବେଳେ ୧୮ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ୧୨ଶହରୁ ଅଧିକ ବିପନ୍ନଙ୍କୁ ବନ୍ୟା ପ୍ରଭାବିତ ଅଞ୍ଚଳରୁ ଉଦ୍ଧାର କରାଯାଇଛି ।
ଏପଟେ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ପ୍ରଭାବରେ ଓଡ଼ିଶାରେ ବର୍ଷା ଆଲର୍ଟ ଜାରି ହୋଇଛି । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଏହି ଅବପାତ ଉତ୍ତର ଆନ୍ଧ୍ର ଓ ସଂଲଗ୍ନ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ ବୋଲି କହିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି ।
ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି । ଆସନ୍ତାକାଲି ଯାଏଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ସହ ଅନ୍ୟ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତା ୪ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)