/odishatv-khabar/media/post_attachments/uploadimage/library/16_9/16_9_0/IMAGE_1686330006.jpg)
Cyclone Biparjoy
ଆରବସାଗରରେ ସୃଷ୍ଟ ବାତ୍ୟା 'ବିପର୍ଯ୍ୟୟ' କ୍ରମେ ଘନୀଭୂତ ହେବାରେ ଲାଗିଛି । ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଆହୁରୀ ତୀବ୍ରତର ହେବ ଏହି ବାତ୍ୟା । ବର୍ତ୍ତମାନ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଅତି ଭୀଷଣ ବାତ୍ୟାରେ ପରିଣତ ହୋଇଛି ଏହି ସାମୁଦ୍ରିକ ଘୂର୍ଣ୍ଣିଝଡ଼ । ଏହା ବର୍ତ୍ତମାନ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ କେନ୍ଦ୍ରୀଭୂତ ହୋଇ ରହିଛି । କ୍ରମେ ଏହା ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି।
Advertisment
ଏହାର ପ୍ରଭାବରେ ଆରବ ସାଗରରେ ସମୁଦ୍ର ଅଶାନ୍ତ ରହିଛି । ଏଥିସହିତ ସମୁଦ୍ର ଉପକୂଳରେ ଜୋରରେ ପବନ ବହିବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାକୁ ଦୃଷ୍ଟିରେ ରଖି କର୍ଣ୍ଣାଟକ, କେରଳ, ଗୋଆ, ମହାରାଷ୍ଟ୍ରକୁ ଆଲର୍ଟ ଜାରି କରାଯାଇଛି । ବାତ୍ୟା ସ୍ଥିତିର ମୁକାବିଲା କରିବାକୁ ପ୍ରଶାସନକୁ ପ୍ରସ୍ତୁତ ରହିବାକୁ କୁହାଯାଇଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)