Advertisment

ଆଜି ସନ୍ଧ୍ୟା ସୁଦ୍ଧା ବାତ୍ୟା ! ଓଡ଼ିଶାର ଏହିସବୁ ଜିଲ୍ଲାରେ ବର୍ଷା ହୋଇପାରେ

ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Cyclone Alert For Odisha

Odisha May Receive Rainfall Around Dec 10-11

ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ଓ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଗଭୀର ଅବପାତ ଧୀରେ ଧୀରେ ଘନୀଭୂତ ହେବାରେ ଳାଗିଛି। ଆଜି ସନ୍ଧ୍ୟା ସୁଦ୍ଧା ଏହା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି। 

Advertisment

ଯଦିଓ ଓଡ଼ିଶା ଉପରେ ସମ୍ଭାବ୍ୟ ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିବ ନାହିଁ, ତେବେ ବାହ୍ୟବଳୟ ସହ ଜଡ଼ିତ ମେଘ ସମୂହ ପ୍ରଭାବରେ ୧୦ ଏବଂ ୧୧ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। 

ଅଧିକ ପଢ଼ନ୍ତୁ: ଥରୁଛି କନ୍ଧମାଳ, ସାରା ରାଜ୍ୟରେ ପ୍ରବଳ ଜାଡ଼

Advertisment

ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲ୍ଲା ରେ ଗୋଟିଏ ରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରି ସୂଚନା ଦେଇଛି।

ସେପଟେ କମିବ ଶୀତ, ବଢ଼ିବ ରାତ୍ରି ତାପମାତ୍ରା। ଆଗାମୀ ୩ ଦିନ ଯାଏ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ବେଳେ ପରବର୍ତ୍ତୀ ୨ ଦିନ ମଧ୍ୟରେ ସମ୍ଭାବ୍ୟ ବାତ୍ୟା ଯୋଗୁ ରାଜ୍ୟ ମଧ୍ୟକୁ ସାମୁଦ୍ରିକ ବାୟୁର ମାତ୍ର ବୃଦ୍ଧି ସହ ରାତ୍ରି ତାପମାତ୍ରା ୨ ରୁ ୩ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି।

Weather Update Cyclone Warning Cyclones
Advertisment
Advertisment