• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ୪ ତାରିଖରେ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ପହଞ୍ଚିବାକୁ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ଏନେଇ ପ୍ରସ୍ତୁତି କରିଛି । ୩ତାରିଖରୁ ୫ ତାରିଖ ପର୍ଯ୍ୟନ୍ତ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ସମସ୍ତ ତହସିଲଦାର, ବିଡିଓଙ୍କୁ ନେଇ ଜିଲ୍ଲାପାଳ ପ୍ରସ୍ତୁତି ବୈଠକ କରିଛନ୍ତି । ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ରହିବାକୁ ସବୁ ଅଧତ୍କାରୀଙ୍କୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ରହିଛି । ମୁଖ୍ୟତଃ ଟାଙ୍ଗି, ଚିଲିକା ଓ ବାଣପୁର ଉପରେ ଫୋକସ ରହିଛି ବୋଲି କହିଛନ୍ତି ଜିଲ୍ଲାପାଳ । ସେହିଭଳି ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି କୋରାପୁଟ ଜିଲ୍ଲାରେ ବି ସରକାରୀଙ୍କ କର୍ମଚାରୀଙ୍କ ଛୁଟି ବାତିଲ କରିଛି ଜିଲ୍ଲା ପ୍ରଶାସନ । 

ତେବେ ମାଡ଼ି ଆସୁଥିବା ବାତ୍ୟା ଏବଂ ତାର ମୁକାବିଲା ନେଇ ସମୀକ୍ଷା କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଭିଡ଼ିଓ କନ୍‌ଫରେନ୍‌ସିଂ ମାଧ୍ୟମରେ ୧୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା । ୨୨୫ଟି ଓଡ୍ରାଫ୍, ଏନ୍‌ଡିଆରଏଫ୍‌ ଟିମ୍ ମୁତୟନ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି ଏସ୍‌ଆରସି ।

ଏହି ବାତ୍ୟା ପ୍ରଭାବରେ ପକ୍କା ଘରର କିଛି ଅସୁବିଧା ହେବନାହିଁ । ତେଣୁ କଚ୍ଚା ଘର ଲୋକଙ୍କୁ ସ୍ଥାନାନ୍ତରଣ କରାଯାଉଥିବା କହିଛନ୍ତି । ଆବଶ୍ୟକ ସ୍ଥଳେ ସମୁଦ୍ର କୂଳିଆ ଲୋକଙ୍କୁ ସ୍ଥାନାନ୍ତରଣ କରାଯିବ ବୋଲି କହିଛନ୍ତି ଏସ୍‌ଆର୍‌ସି । ତାସହ କ୍ଷେତରେ ଅମଳକ୍ଷମ ଧାନ କାଟି ଆଣିବାକୁ ଚାଷୀମାନଙ୍କୁ ମଧ୍ୟ ଆଲର୍ଟ କରାଯାଇଛି । ଏସବୁ ଭିତରେ ପ୍ରସ୍ତୁତ ରଖାଯାଇଥିବା ବାତ୍ୟା ଆଶ୍ରୟସ୍ଥଳରେ କିଭଳି କୋଭିଡ୍‌ ନିୟମକୁ କଡ଼ାକଡ଼ି ପାଳନ କରାଯିବ, ତାଉପରେ ଫୋକସ ରଖାଯାଇଥିବା କହିଛନ୍ତି ଏସ୍‌ଆର୍‌ସି । ସେହିପରି ମୁଖ୍ୟ ଶାସନ ସଚିବ ମଧ୍ୟ ସମସ୍ତ ପଦକ୍ଷେପ ନିଆଯାଇଥିବା କହିଛନ୍ତି । ସେପଟେ ବାତ୍ୟାକୁ ନେଇ ଜନସାଧାରଣ ବ୍ୟତିବ୍ୟସ୍ତ ନ ହେବାକୁ ଅପିଲ୍ କରିଛନ୍ତି ଏସଆର୍‌ସି । ପନିପରିବା କିଣାକିଣି ପାଇଁ ଅଯଥା ଗହଳି ନ କରିବାକୁ କୁହାଯାଇଛି । ବଜାରରେ କୌଣସି ସାମଗ୍ରୀର ଅଭାବ ନାହିଁ । ତେଣୁ ଅଯଥା ଗହଳି ନ କରିବାକୁ ପରାମର୍ଶ ଦିଆଯାଇଛି ।

ଆଜି ବାତ୍ୟାର ରୂପ ନେବ ବଙ୍ଗୋପସାଗରରେ ଘନିଭୂତ ହୋଇଥିବା ଅବପାତ । ଏହି ଅବପାତ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ଦିଗରେ ଗତି କରି ବାତ୍ୟାର ରୂପ ନେବ । ଏହା ବର୍ତ୍ତମାନ ଗୋପାଳପୁରଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗରେ ୮୫୦ କିଲୋମିଟର ଦୂରରେ ରହିଛି । ସମ୍ଭାବ୍ୟ ବଡ଼ ବିପଦକୁ ଆଶଙ୍କା କରି ଓଡ଼ିଶାର ସମସ୍ତ ବନ୍ଦର ଗୁଡିକ ପାଇଁ ୧ ନମ୍ବର ବିପଦ ସଂକେତ ଜାରି କରାଯାଇଛି । ୪ ତାରିଖ ସକାଳ ସୁଦ୍ଧା ଏହା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରେ ପହଞ୍ଚି ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଗତି କରିପାରେ ।

ଏହାପରେ ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗରେ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଏହାରି ପ୍ରଭାବରେ ୪ ତାରିଖ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଗଜପତି, ଗଂଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାକୁ ଦିଆଯାଇଛି ରେଡ୍ ଓ୍ୱାର୍ଣ୍ଣିଂ । ସେହିଭଳି ଆଜି ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ଯାଏଁ ୫ ଜିଲ୍ଲା କୋରାପୁଟ, ରାୟଗଡ଼ା, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ାକୁ ପ୍ରବଳ ବର୍ଷା ସହ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ୫ ତାରିଖ ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।