Advertisment

ସୃଷ୍ଟି ହେଲା ବାତ୍ୟା 'ଦାନା'; ଘଣ୍ଟାପ୍ରତି ୧୮ କିମି ବେଗରେ ମାଡ଼ି ଆସୁଛି

ସୃଷ୍ଟି ହେଲା ବାତ୍ୟା 'ଦାନା' । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଦାନା'। ଗଭୀର ଅବପାତ ଆଜି ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି ।

author-image
Sonali Ojha
ଅଦ୍ୟତନ ହୋଇଛି
Cyclone Dana has formed over Bay of Bengal

Cyclone Dana has formed

ସୃଷ୍ଟି ହେଲା ବାତ୍ୟା 'ଦାନା' । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ଦାନା'। ଗଭୀର ଅବପାତ ଆଜି ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଘଣ୍ଟାପ୍ରତି ଏବେ ୧୮ କିମି ବେଗରେ ଆଗକୁ ବଢୁଛି । ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ରହିଛି ବାତ୍ୟା।। ବଙ୍ଗୋପସାଗରରେ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ।

Advertisment

ଅଧିକ ପଢ଼ନ୍ତୁ: ବାତ୍ୟା ମୁକାବିଲା ପ୍ରସ୍ତୁତି; ପଞ୍ଜାବରୁ ଆସିଲେ ମହିଳା NDRF ସଦସ୍ୟ

ଆସନ୍ତାକାଲି ସକାଳେ ହେବ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ।୨୪ ରାତି ଓ ୨୫ ସକାଳ ଭିତରେ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୁରୀରୁ ପଶ୍ଚିମବଙ୍ଗ ସାଗର ଦ୍ବୀପ ଭିତରେ ଉପକୂଳ ପାର କରିବ ଭୀଷଣ ବାତ୍ୟା। ତେବେ ଉତ୍ତର ଓଡ଼ିଶାରେ ବାତ୍ୟା ବେଶୀ କୋପ ଦେଖାଇବ। ୭ଟି ଜିଲ୍ଲାରେ ଆସନ୍ତାକାଲି ଏବଂ ପରଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ହୋଇଛି। ବାତ୍ୟା ପ୍ରଭାବରେ ଓଡ଼ିଶା ଉପକୂଳରେ ପ୍ରବଳ ବେଗରେ ପବନ ବହିବ। ସେତେବେଳେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୨୦ କିମି ରହିପାରେ।

Advertisment

 

ସେହିପରି ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୧୦୦-୧୧୦ କିଲୋମିଟର ରହିପାରେ। ମୟୂରଭଞ୍ଜ ୮୦-୯୦ ଓ ପୁରୀରେ ପବନରେ ବେଗ ରହିପାରେ ୬୦-୮୦ କିଲୋମିଟର। ସେହିପରି କଟକ, ଯାଜପୁର, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର ଜିଲ୍ଲା ସମେତ ଭୁବନେଶ୍ବରରେ ପବନର ବେଗ ଘଣ୍ଟାପ୍ରତି ୬୦-୭୦ କିଲୋମିଟର ରହିବା ନେଇ ଆକଳନ କରାଯାଇଛି ।

ସମୁଦ୍ର ଅଶାନ୍ତ ରହୁଥିବାରୁ ଗୋପାଳପୁର, ପାରାଦୀପ ଏବଂ ଧାମରା ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ବି ଜାରି ହୋଇଛି। ଆଜି ରାତି ସୁଦ୍ଧା ପ୍ରଭାବିତ ହେବାକୁ ଥିବା ଜିଲ୍ଲାଗୁଡ଼ିକରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ। ପ୍ରଭାବିତ ହେବାକୁଥିବା ଜିଲ୍ଲା ଗୁଡିକରେ ସରକାରୀ ଆଶ୍ରୟସ୍ଥଳୀ ବାଦ୍ ଆଉ ୫ଶହ ଅସ୍ଥାୟୀ ଆଶ୍ରୟ ଶିବିର ଏବଂ ୨୫୦ଟି ରିଲିଫ୍ ସେଣ୍ଟରର ବ୍ୟବସ୍ଥା ହୋଇଛି।

ଅଧିକ ପଢ଼ନ୍ତୁ: ବାତ୍ୟା ‘ଦାନା’କୁ ନେଇ ବଡ଼ ଖବର; ଭିତରକନିକା-ଧାମରା ଭିତରେ କରିବ ଲ୍ୟାଣ୍ଡଫଲ୍‌ !

Cyclone Dana
Advertisment
Advertisment