Advertisment

ବଦଳିଲା ବାତ୍ୟାର ଗତିପଥ, ଜାଣନ୍ତୁ ‘ଦାନା’ କେଉଁଠି କରିବ ଲ୍ୟାଣ୍ଡଫଲ୍‌

ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିପାରେ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଅତିବେଶୀରେ ଘଣ୍ଟାପ୍ରତି ୧୦୦- ୧୨୦ କିମି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

author-image
Santosh Kumar Sahoo
ଅଦ୍ୟତନ ହୋଇଛି
Cyclone Dana News From Odisha

Cyclone

ଭୀଷଣ ରୂପ ନେଉଛି ବାତ୍ୟା । ଆସିଲା ବାତ୍ୟା ଦାନାର ନୂଆ ଗତିପଥ । ଅତି ଭୀଷଣ ବାତ୍ୟା ରୂପ ନେଇ ଓଡ଼ିଶାକୁ ହିଟ୍‌ କରିପାରେ ସମ୍ଭାବ୍ୟ ବାତ୍ୟା । ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଏହା ଲ୍ୟାଣ୍ଡଫଲ୍‌ କରିପାରେ ବୋଲି IMD ପକ୍ଷରୁ ସୂଚନା ଦିଆଯାଇଛି । ଏହା ଭୀଷଣ ବାତ୍ୟାର ରୂପ ନେଇ ୨୪ ତାରିଖ ରାତି କିମ୍ବା ୨୫ ତାରିଖ ସକାଳେ ଲ୍ୟାଣ୍ଡଫଲ୍‌ କରିପାରେ । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଅତିବେଶୀରେ ଘଣ୍ଟାପ୍ରତି ୧୦୦- ୧୨୦ କିମି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Advertisment

ସେପଟେ ଆଜି ଅପରାହ୍ନ ୪ଟାରେ ବାତ୍ୟା ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବାତ୍ୟା ମୁକାବିଲା ସେ ସମୀକ୍ଷା କରିବେ । ଏହି ସମୀକ୍ଷା ବୈଠକରେ ରାଜସ୍ବ ମନ୍ତ୍ରୀ, ମୁଖ୍ୟ ସଚିବ, SRC ଉପସ୍ଥିତ ରହିବେ।

Cyclone Dana Live Updates: ଆସୁଛି ବାତ୍ୟା ‘ଦାନା’, ୨୪ରେ ଛୁଁଇବ ଓଡ଼ିଶା !

ସେପଟେ ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ବୋଲି କହିଲେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଓଟିଭିକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା ଦେଇଛନ୍ତି । ବାତ୍ୟା ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ ଅଛନ୍ତି । ବାତ୍ୟାକୁ ନେଇ ଭୟଭୀତ ନ ହେବାକୁ ସେ କହିଛନ୍ତି । ସେହିପରି ସେ ଆହୁରି କହିଛନ୍ତି ‘ମୁଖ୍ୟ ସଚିବ, ଏସ୍‌ଆର୍‌ସି ସମୀକ୍ଷା କରିଛନ୍ତି । ମୁଁ ବି ସମୀକ୍ଷା କରିବି । କେବଳ ସମ୍ଭାବ୍ୟ ପ୍ରଭାବିତ ଜିଲ୍ଲା ନୁହେଁ, ପୂରା ୩୦ ଜିଲ୍ଲାରେ ପ୍ରସ୍ତୁତି ରହିବ। ୩୦ ଜିଲ୍ଲାରେ ଓଡ୍ରାଫ୍‌ ଟିମ୍‌ ମୁତୟନ ରହିବେ, ଏନ୍‌ଡିଆର୍‌ଏଫ୍‌କୁ ମଧ୍ୟ ଆଲର୍ଟ ରଖାଯାଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ କଡ଼ା ବାରଣ କରାଯାଇଛି। ଟ୍ରଲରମାଲିକ ଯଦି ଜୋର୍‌ କରି ପଠାନ୍ତି, ତାଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ହେବ’ ।

Advertisment

ସେହିପରି ଲୋକଙ୍କୁ ସ୍ଥାନାନ୍ତରକୁ ନେଇ କହିଛନ୍ତି ଯେ, ‘ସମୟ ଯେତେ ପାଖେଇ ଆସିବ, ଆମେ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ କରିବୁ। ଆବଶ୍ୟକ ହେଲେ ଯଥେଷ୍ଟ ଆଗରୁ ମଧ୍ୟ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ମୁକାବିଲା ପାଇଁ ସରକାର ପୂରା ପ୍ରସ୍ତୁତ, କେହି ଭୟଭୀତ ହୁଅନ୍ତୁନି’ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।

Weather Update Cyclone Warning Cyclone Dana Cyclone Alert IMD
Advertisment
Advertisment