• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ଫେଞ୍ଜଲ୍ । ଆଜି ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିବ ସାଇକ୍ଲୋନ । ବାତ୍ୟା ପ୍ରଭାବରେ ତାମିଲନାଡ଼ୁ ଓ ପୁଡୁଚେରୀ ଉପକୂଳରେ ଆରମ୍ଭ ହୋଇଛି ବର୍ଷା ପବନ । ସାଇକ୍ଲୋନ୍ ଫେଞ୍ଜଲ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଆଜି ଅପରାହ୍ଣ ସୁଦ୍ଧା ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରୀ ମଧ୍ୟରେ କରାଇକାଲ-ମହାମବଳିପୁରମ୍ ଦେଇ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି ।

ଏତିକିବେଳେ ପବନର ଘଣ୍ଟାପ୍ରତି ବେଗ ୭୦ରୁ ୮୦ କିମି ରହିପାରେ । ସ୍ଥଳ ବିଶେଷରେ ଏହା ବଢି ୯୦ କିମି ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ତେବେ ଓଡ଼ିଶା ଉପରେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିନଥିଲେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇପାରେ । ଆଜି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ: ବଳ ଗୋଟାଉଛି ଫେଙ୍ଗଲ, ଉପକୂଳରେ ଆରମ୍ଭ ହେଲାଣ ବର୍ଷା..!

ଏପଟେ ବର୍ଷ ପରେ ବର୍ଷ ଉତ୍ତପ୍ତ ହେଉଛି ପୃଥିବୀ, ଭାଙ୍ଗୁଛି ଗୋଟିକ ପରେ ଗୋଟିଏ ରେକର୍ଡ । ପୁଣି ଚିନ୍ତା ବଢ଼ାଇଲା ଚଳିତ ବର୍ଷର ବିଶ୍ୱ ତାପମାତ୍ରା । ୨୦୨୩କୁ ଟପି ସର୍ବକାଳୀନ ରେକର୍ଡ ଭାଙ୍ଗିବ ୨୦୨୪ର ତାତି । ବିଶ୍ୱ ପାଣିପାଗ ସଂଗଠନର ରିପୋର୍ଟ ପରେ ଜାତିସଂଘ ଉଦବେଗ ପ୍ରକାଶ କରିଛି । ମାନବଜାତି ନିଜେ ପୃଥିବୀରେ ନିଆଁ ଲଗାଉଛି ଏବଂ ନିଜେ ହିଁ ତାର ଫଳ ଭୋଗୁଛି ବୋଲି କହିଛନ୍ତି ଜାତିସଂଘ ମହାସଚିବ ଆଣ୍ଟୋନିଓ ଗୁଟାରେସ୍ ।

ସୂଚନା ଅନୁସାରେ, ଚଳିତବର୍ଷ ଜାନୁଆରୀରୁ ସେପ୍ଟେମ୍ବର ମଧ୍ୟରେ ରେକର୍ଡ ହୋଇଥିବା ବିଶ୍ୱର ହାରାହାରି ତାପମାତ୍ରାକୁ ଦେଖି ଆକଳନ କରାଯାଉଛି ଯେ, ୨୦୨୪ ମସିହା ତାତିରେ ସର୍ବକାଳୀନ ରେକର୍ଡ ଭାଙ୍ଗିବାକୁ ଯାଉଛି । କେବଳ ଏତିକି ନୁହେଁ, ପ୍ରି-ଇଣ୍ଡଷ୍ଟ୍ରିଆଲ୍ ବା ପ୍ରାକ୍-ଔଦ୍ୟୋଗିକ ବିଶ୍ୱ ତାପମାତ୍ରା ସ୍ତର ଠାରୁ ପ୍ରଥମ ଥର ପାଇଁ ଦେଢ଼ ଡିଗ୍ରୀ ଉତ୍ତାପ ବୃଦ୍ଧି ପାଇଛି ।

ଚଳିତ ଶତାବ୍ଦୀରେ ବିଶ୍ୱ ତାପମାତ୍ରା ବୃଦ୍ଧିକୁ ଦେଢ଼ ଡିଗ୍ରୀ ଭିତରେ ସୀମିତ ରଖିବା ପାଇଁ ପ୍ୟାରିସ ରାଜିନାମାରେ ନିଷ୍ପତ୍ତି ନିଆଯାଇଥିଲା । ୨୦୨୩ରେ ଏହା ୧.୪୫ ଡିଗ୍ରୀ ବୃଦ୍ଧି ପାଇଥିଲା । ତେବେ ଚଳିତବର୍ଷ ଏହା ପ୍ରଥମ ଥର ପାଇଁ ୧.୫ ଡିଗ୍ରୀ ବଢ଼ିଥିବାରୁ ଏହାକୁ ନେଇ ବିଶ୍ୱସ୍ତରରେ ଚିନ୍ତା ପ୍ରକାଶ ପାଇଛି ।

ଅଧିକ ପଢନ୍ତୁ: ଇତିହାସରେ ପ୍ରଥମ !! ମରୁଭୂମିରେ ତୁଷାରପାତ

 

OTV is now on Whatsapp

Join and get latest news update delivered to you via whatsapp

Join Now