• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

News Highlights

  • ସତର୍କ ଓ ସଚେତନ ରହିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିବେଦନ

  • ଗଜପତି ଜିଲ୍ଲାରେ ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ

  • ଆଜିଠୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ମନା

ଗଜପତି : ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି । ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ବାତ୍ୟା ପ୍ରଭବରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।

ସେହିପରି ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ଜିଲ୍ଲାବାସୀଙ୍କୁ ଗଞ୍ଜାମ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ବାତ୍ୟାକୁ ନେଇ ସମସ୍ତେ ସତର୍କ ଓ ସଚେତନ ରହିବାକୁ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ନିବେଦନ କରିଛନ୍ତି । ଅବପାତ ପ୍ରଭାବରେ ଆଜି ୫୦ରୁ ୬୦ ଓ କାଲି ୭୦ରୁ ୮୦ କିମି ବେଗରେ ପବନ ବହିପାରେ । ତା ସହିତ କାଲିଠାରୁ ଦୁଇଦିନ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ଏଣୁ ପରିସ୍ଥିତିର ମୁକାବିଲା କରିବା ଲାଗି ଜିଲ୍ଲାର ସମସ୍ତ ତହସିଲଦାର ଓ ବିଡିଓଙ୍କୁ ସଜାଗ କରାଯାଇଥିବା କହିଛନ୍ତି କୁଲାଙ୍ଗେ । ଏହାସହ ପାହାଡ଼ିଆ ଓ ତଳିଆ ଅଞ୍ଚଳ ଲୋକଙ୍କୁ ନିରାପଦ ସ୍ଥାନକୁ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ବାତ୍ୟା ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଜପତି, ଗଞ୍ଜାମ, କୋରାପୁଟ,ମାଲକାନଗିରି ବେଶୀ ପ୍ରଭାବିତ ହେବା ଆଶଙ୍କା କରାଯାଉଛି । ରାୟଗଡ଼ା ଓ କନ୍ଧମାଳ ଜିଲ୍ଲା ମଧ୍ୟ ପ୍ରଭାବିତ ହେବା ଆଶଙ୍କା ରହିଛି । ଅକସ୍ମାତ ବନ୍ୟା ଓ ଭୂସ୍ଖଳନ ପରି ପରି ପରିସ୍ଥିତି ଉପୁଜିପାରେ ବୋଲି ଚେତାବନୀ ଦିଆଯାଇଛି ।

ବର୍ତ୍ତମାନ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବର ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି । ୧୨ ଘଣ୍ଟାରେ ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟା ସମ୍ଭାବନା ରହିଛି । ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥଳଭାଗ ଛୁଇଁବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଗୋପାଳପୁର- ବିଶାଖାପାଟଣା ମଝି କଳିଙ୍ଗପଟନମରେ ଲ୍ୟାଣ୍ଡଫଲ୍ ହେବା ସମ୍ଭାବନା ରହିଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ଘଣ୍ଟାକୁ ୭୦ରୁ ୮୦ କିମି ରହିବ ।