Advertisment

’ଗୁଲାବ’ର ମୁକାବିଲା ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ : ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ

ମାଡ଼ି ଆସୁଥିବା ବାତ୍ୟା ଗୁଲାବର ମୁକାବିଲା ରଣନୀତି ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଦେବା ସହ ସ୍ଥାନାନ୍ତର କାର୍ଯ୍ୟ  ଓ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବାକୁ ସର୍ବସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି ।

ଅଦ୍ୟତନ ହୋଇଛି
Odisha CM Naveen Patnaik,

Odisha CM Naveen Patnaik,

Advertisment

ଭୁବନେଶ୍ୱର : ମାଡ଼ି ଆସୁଥିବା ବାତ୍ୟା ଗୁଲାବର ମୁକାବିଲା ରଣନୀତି ନେଇ ଆଜି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜୀବନ ରକ୍ଷା ଉପରେ ମୁଖ୍ୟମନ୍ତ୍ରୀ ସର୍ବାଧିକ ଗୁରୁତ୍ୱ ଦେବା ସହ ସ୍ଥାନାନ୍ତର କାର୍ଯ୍ୟ  ଓ କୋଭିଡ଼ ନିୟମ ପାଳନରେ ପ୍ରଶାସନକୁ ସହଯୋଗ କରିବାକୁ ସର୍ବସାଧାରଣଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି । ନୂଆଦିଲ୍ଲୀ ଗସ୍ତରେ ଥିବାରୁ ସେଠାରୁ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବାତ୍ୟା ମୁକାବିଲାର ସମୀକ୍ଷା କରିଛନ୍ତି । 

Advertisment

ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ସ୍ଥାନ ମାନଙ୍କରୁ ଏବଂ କଚ୍ଚା ଘର ମାନଙ୍କରୁ ଲୋକଙ୍କୁ ସ୍ଥାନାନ୍ତର କରାଯିବା ସହିତ ଭୂସ୍ଖଳନ ସମ୍ଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ସ୍ଥାନାନ୍ତର କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଉନ୍ନୟନ କମିଶନର ତଥା ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇବା ସହ ପ୍ରଭାବିତ ହେବାକୁ ଥିବା ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ NDRF, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଥିବା କହିଛନ୍ତି ।  ଆଜି ଅପରାହ୍ନ ୪ଟି ସୁଦ୍ଧା ସ୍ଥାନାନ୍ତର କାର୍ଯ୍ୟ ଶେଷ କରାଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ SRC ।

Advertisment

ଅନ୍ୟପକ୍ଷରେ ବାତ୍ୟା ଗୁଲାବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୧ଟି ଜିଲ୍ଲାରେ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ୧୧ଟି ଜିଲ୍ଲାର ସମସ୍ତ ସ୍କୁଲକୁ କାଲି ପାଇଁ ଛୁଟି ଘୋଷଣା କରାଯାଇଛି । ସ୍ଥିତିକୁ ଦେଖି ମଙ୍ଗଳବାର ଦିନ ସ୍କୁଲ ଛୁଟି ରଖାଯିବ କି ନାହିଁ ସେନେଇ ଜିଲ୍ଲାପାଳ ନିଷ୍ପତ୍ତି ନେବେ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି । ବର୍ଷା ହେଉଥିଲେ ପିଲାମାନେ ଘରୁ ବାହାରିବା ଉଚିତ ହେବ ନାହିଁ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି । 

Naveen Patnaik Cyclone Alert Cyclone Gulab
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ