• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Rajalaxmi Sahoo

ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ‘ହାମୁନ’ ଭୀଷଣ ବାତ୍ୟାରେ ପରିଣତ ହୋଇଛି । ଏନେଇ ପାଣିପାଗ ବିଭାଗ ସୂଚନା ଦେଇଛି । ତେବେ ଓଡିଶାରେ ଏହାର ପ୍ରଭାବ ନାହିଁ । ଖାଲି କିଛି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । 

ଆସନ୍ତାକାଲି ସନ୍ଧ୍ୟାରେ ବାତ୍ୟା ବାଂଲାଦେଶ ଉପକୂଳର ଖେପୁପଡ଼ା-ଚିଟ୍ଟାଗଙ୍ଗ ମଧ୍ୟରେ ସ୍ଥଳଭାଗ ଛୁଇଁବ । ଆଉ ସେତେବଳକୁ ଏହା ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହୋଇ ସାରିଥିବ ବୋଲି IMD ଆକଳନ କରିଛି । 

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଆଜି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଜିଲ୍ଲାର କିଛି କିଛି ସ୍ଥାନ, ଅବଶିଷ୍ଟ ଉପକୂଳ ଓଡ଼ିଶା, କେନ୍ଦୁଝର, ଅନୁଗୁଳ,ଢେଙ୍କାନାଳ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାର କିଛି କିଛି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟ ଧରଣର ବର୍ଷା ହୋଇପାରେ ।