/odishatv-khabar/media/post_attachments/uploadimage/library/16_9/16_9_0/IMAGE_1638599885.jpg)
Cyclone Jawad
ଭୁବନେଶ୍ୱର: ଧୀରେ ଧୀରେ ଦୁର୍ବଳ ହେଉଛି ବାତ୍ୟା ‘ଜୱାଦ୍’ ! ଆଜି ରାତିରେ ଏହା ଗଭୀର ଅବପାତ ହେବାର ସମ୍ଭାବନା ରହିଛି। ଏନେଇ IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଆଜି ସକାଳୁ ‘ଜୱାଦ୍’ ମୋଡ଼ ନେଇ ଉତ୍ତର ଦିଗକୁ ଗତି କରୁଛି। ପରେ ଏହା ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି ପରିବର୍ତ୍ତନ କରି ଓଡ଼ିଶା ଉପକୂଳ ମୁହାଁ ହେବ। ଗତି ପରିବର୍ତ୍ତନ ସହ କ୍ରମଶଃ ବାତ୍ୟା ଦୁର୍ବଳ ହେବ ବୋଲି IMD ଡିଜି ସୂଚନା ଦେଇଛନ୍ତି। ଆସନ୍ତାକାଲି ମଧ୍ୟାହ୍ନରେ ଗଭୀର ଅବପାତ ହୋଇ ପୁରୀରେ ପହଞ୍ଚିବ। ଏହି ସମୟରେ ସର୍ବାଧିକ ୭୦ କି.ମି. ବେଗରେ ପବନ ବହିପାରେ।
ଲାଇଭ ଅପଡେଟ: କାଲି ସନ୍ଧ୍ୟା ବେଳକୁ ଓଡ଼ିଶାରୁ ବାତ୍ୟାର ପ୍ରଭାବ ହଟିଯିବା ସମ୍ଭାବନା
ବାତ୍ୟା ଦୁର୍ବଳ ହେଲେ ବି ବର୍ଷାର ପ୍ରକୋପ ବିଶେଷ କମିବନି ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ପାରାଦୀପରେ ସର୍ବାଧିକ ୮୨ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀ ଓ ଗୋପାଳପୁରରେ ୪୫ ମି.ମି. ବର୍ଷା ରେକର୍ଡ କରାଯାଇଛି।
ସେହିପରି ଆଜି ଗଞ୍ଜାମ, ଜଗତସିଂହପୁର, ପୁରୀରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। କାଲି ଉତ୍ତର ଉପକୂଳ ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିପାରେ। ଟ୍ୱିନ୍ସିଟି କଟକ ଓ ଭୁବନେଶ୍ୱରରେ ଆଜି ଓ ଆସନ୍ତାକାଲି ମେଘୁଆ ପାଗ ସହ ବର୍ଷା ହୋଇପାରେ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)