/odishatv-khabar/media/post_attachments/uploadimage/library/16_9/16_9_0/IMAGE_1638583112.jpg)
Cyclone Jawad
ଭୁବନେଶ୍ୱର: ବଙ୍ଗୋପସାଗରରେ ବଳ ଗୋଟାଇ ସ୍ଥଳଭାଗ ମୁହାଁ ହୋଇଛି ବାତ୍ୟା ‘ଜୱାଦ୍’। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରୁ ଘଣ୍ଟା ପ୍ରତି ୬ କି.ମି. ବେଗରେ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ବାତ୍ୟା।
ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ ଅନୁଯାୟୀ, ଏହା ବର୍ତ୍ତମାନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବକୁ ୨୫୦ କିଲୋମିଟର ଦୂରରେ ରହିଛି। ସେହିପରି ଗୋପାଳପୁରଠାରୁ ଦକ୍ଷିଣରେ ୩୬୦ କିଲୋମିଟର ଓ ପୁରୀଠାରୁ ଏହା ୪୩୦ କିଲୋମିଟର ଦୂର ଦକ୍ଷିଣ,ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି। ପାରାଦୀପଠାରୁ ଏହା ଦକ୍ଷିଣ,ଦକ୍ଷିଣ-ପଶ୍ଚିମ ଦିଗରେ ୫୧୦ କି.ମି. ଦୂରରେ ଅବସ୍ଥିତ ରହିଛି।
ଆସନ୍ତାକାଲି ମଧ୍ୟାହ୍ନରେ ପୁରୀ ଜିଲ୍ଲା ଉପକୂଳ ନିକଟରେ ପହଞ୍ଚି ପଶ୍ଚିମବଙ୍ଗ ଉପକୂଳ ଆଡ଼କୁ ଅଗ୍ରସର ହୋଇପାରେ ବାତ୍ୟା। ଉପକୂଳ ପହଞ୍ଚିବା ପରେ ବାତ୍ୟା କ୍ରମେ ଦୁର୍ବଳ ହେବ। ଏହି ସମୟରେ ଅମାବାସ୍ୟା କାରଣରୁ ସମୁଦ୍ର ଅଶାନ୍ତ ରହିବ ଓ ସର୍ବାଧିକ ୫ ମିଟର ଉଚ୍ଚର ଜୁଆର ବି ଉଠିପାରେ ବୋଲି IMD ଡିଜି ଅନୁମାନ କରିଛନ୍ତି।
ସେପଟେ ବାତ୍ୟା ‘ଜଓ୍ୱାଦ୍’ ପ୍ରଭାବରେ ଗତକାଲି ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ଝିପିଝିପି ବର୍ଷା ସହ କୋହଲା ପାଗ ଦେଖିବାକୁ ମିଳିଛି। ଫଳରେ ଉପକୂଳ ଓଡ଼ିଶାରେ ଅଧିକ ଥଣ୍ଡା ଅନୁଭୂତ ହେଉଛି। ରାଜଧାନୀ ଭୁବନେଶ୍ୱର, କଟକ ଓ ପୁରୀ ସହରରେ ସକାଳୁ କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଲାଗି ରହିଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)