• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲିଠାରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ୫ ରୁ ବଢିବ ବର୍ଷାର ବିସ୍ତୃତି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଗତ ୬ଘଣ୍ଟାରେ ଘଣ୍ଟାପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଗଭୀର ଅବପାତ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏହା ଏକ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି। ୪ରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ନିକଟରେ ପହଞ୍ଚିବ । ୫ରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ମଧ୍ୟ ଦେଇ ଅତିକ୍ରମ କରିବା ନେଇ ପୂର୍ବାନୁମାନ।

ବାତ୍ୟା ବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିବ। ତେବେ ଆସନ୍ତାକାଲି ଓ ୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।...