Advertisment

୨୪ ଘଣ୍ଟାରେ ବାତ୍ୟା ସମ୍ଭାବନା ! କାଲିଠୁ ୭ ତାରିଖ ଯାଏଁ ରାଜ୍ୟରେ ବର୍ଷା

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା...ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି

ଅଦ୍ୟତନ ହୋଇଛି
CYCLONE ALERT

CYCLONE ALERT

Advertisment

ଘନୀଭୂତ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ଆଗାମୀ ୨୪ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା କାଲିଠାରୁ ୭ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ୫ ରୁ ବଢିବ ବର୍ଷାର ବିସ୍ତୃତି । ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Advertisment

ଗତ ୬ଘଣ୍ଟାରେ ଘଣ୍ଟାପ୍ରତି ୧୩ କିମି ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି ଗଭୀର ଅବପାତ । ଆଗାମୀ ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏହା ଏକ ବାତ୍ୟା ରେ ପରିଣତ ହେବାର ସମ୍ଭାବନା ରହିଛି। ୪ରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ନିକଟରେ ପହଞ୍ଚିବ । ୫ରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ମଧ୍ୟ ଦେଇ ଅତିକ୍ରମ କରିବା ନେଇ ପୂର୍ବାନୁମାନ।

ବାତ୍ୟା ବେଳେ ପବନର ବେଗ ସର୍ବାଧିକ ୧୦୦ କିମି ରହିବ। ତେବେ ଆସନ୍ତାକାଲି ଓ ୪ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବର୍ଷା ପାଇଁ ୫ ଜିଲ୍ଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଂଜାମ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୫ ଓ ୬ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ତେଣୁ ଏହି ୫ ଜିଲ୍ଲାକୁ ଅରେଂଜ ୱାର୍ଣ୍ଣିଂ ଜାରି ହୋଇଛି।...

Advertisment

Cyclone Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ