/odishatv-khabar/media/post_attachments/uploadimage/library/16_9/16_9_0/IMAGE_1701659167.jpg)
Heavy rain warning
ବଙ୍ଗୋପସାଗରରେ ବଳ ଗୋଟାଉଛି ଅଦିନିଆ ବାତ୍ୟା ମିଗଜୋମ୍ । ଏହାକ୍ରମେ ଘନୀଭୂତ ହେବ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆସନ୍ତା ୫ ତାରିଖ ପୂର୍ବାହ୍ନରେ ଭୀଷଣବାତ୍ୟାର ରୂପ ନେବ । ପରେ ଆନ୍ଧ୍ରପ୍ରଦେଶର ନେଲୋର୍ ଏବଂ ମଛଲିପଟନମ୍ ମଝିରେ ସ୍ଥଳ ଭାଗକୁ ଅତିକ୍ରମ କରିବାର ସମ୍ଭାବନା ରହିଛି ।
ଏହି ସମୟରେ ପବନର ସର୍ବାଧିକ ବେଗ ରହିବ ଘଣ୍ଟାକୁ ୧୧୦ କିଲୋମିଟର । ଯଦିଓ ସମ୍ଭାବ୍ୟ ବାତ୍ୟା ଓଡ଼ିଶା ନିକଟତର ହେବା ବେଳକୁ ଦୁର୍ବଳ ହୋଇସାରିଥିବ, ଏହାର ପ୍ରଭାବରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ୫ରୁ ୬ ତାରିଖ ଯାଏଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।
ଏଥିପାଇଁ ୫ ତାରିଖ ଦିନ ଏହି ୫ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବାତ୍ୟା ମୁକାବିଲା ଲାଗି ସତର୍କ ରହିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି । ବଙ୍ଗୋପସାଗରରେ ବାତ୍ୟା ଆସୁଥିବା ବେଳେ ଏହାର ମୁକାବିଲା ଏବଂ ଉଦ୍ଧାର କାର୍ଯ୍ୟରେ ସହାୟତା ଲାଗି ବିଜେପି କର୍ମୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୩ଟି ରାଜ୍ୟରେ ବିଜେପିର ବିଜୟ ପରେ ପ୍ରଧାନମନ୍ତ୍ରୀ ଅଭିଭାଷଣ ଦେବା ବେଳେ କହିଛନ୍ତି, ବାତ୍ୟା ଲାଗି ଆମକୁ ସତର୍କ ରହିବାକୁ ପଡ଼ିବ ।
କେନ୍ଦ୍ର ସରକାର ଲଗାତାର ରାଜ୍ୟ ସରକାରଙ୍କ ସହ ସଂପର୍କରେ ଅଛନ୍ତି । ବାତ୍ୟା ପ୍ରଭାବିତ ହେବାକୁ ଥିବା ତାମିଲନାଡୁ, ପୁଡୁଚେରୀ, ଓଡ଼ିଶା ଏବଂ ଆନ୍ଧ୍ର ପ୍ରଦେଶରେ ଉଦ୍ଧାର କାର୍ଯ୍ୟରେ ସାମିଲ ହେବାକୁ ବିଜେପି କର୍ମକର୍ତ୍ତାଙ୍କୁ ମୋଦି ଅନୁରୋଧ କରିଛନ୍ତି ।
ରାଜ୍ୟ ସରକାର ଯେକୌଣସି ଦଳର ହୁଅନ୍ତୁ ନା କାହିଁକି ଆପଣମାନେ ସଂପୂର୍ଣ୍ଣ ଭାବେ ପ୍ରଶାସନକୁ ସହଯୋଗ କରନ୍ତୁ ବୋଲି ବିଜେପି କର୍ମକର୍ତ୍ତାଙ୍କୁ କହିଛନ୍ତି ମୋଦି । ଆମ ପାଇଁ ଦଳଠୁ ଦେଶ ବଡ଼ । ଆମର ହୃଦୟଠାରୁ ମଧ୍ୟ ଆମ ଦେଶବାସୀ ବଡ଼ ବୋଲି ମୋଦି କହିଛନ୍ତି ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)