Advertisment

ସୃଷ୍ଟି ହେଲା ବାତ୍ୟା 'ମୋକା', ୧୪ରେ କରିବ ଲ୍ୟାଣ୍ଡଫଲ୍‌

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇଛି। ଏହି ବାତ୍ୟାର ନାଁ ‘ମୋକା’ ରଖାଯାଇଛି। ବାତ୍ୟା ‘ମୋକା’ ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟାରେ ଏହା ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Cyclone Alert In Odisha

Cyclone Mocha formed over Southeast Bay of Bengal

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହୋଇଛି। ସକ୍ରିୟ ଅବପାତ ବାତ୍ୟାର ରୂପ ନେଇଛି। ଏହି ବାତ୍ୟାର ନାଁ ‘ମୋକା’ ରଖାଯାଇଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। 

Advertisment

ଅଧିକ ପଢ଼ନ୍ତୁ: ମେ’ ମାସରେ କାହିଁକି ହେଉଛି ବାତ୍ୟା ?

ବାତ୍ୟା ‘ମୋକା’ ପରବର୍ତ୍ତୀ ସମୟରେ ଭୀଷଣ ବାତ୍ୟାରେ ପରିଣତ ହୋଇ ରିକର୍ଭ କରି ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ବାଂଲାଦେଶ, ମିଆଁମାର ମୁହାଁ ହେବ। ତେବେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବନି। ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ‘ଓଡ଼ିଶାକୁ ବାତ୍ୟା ଜନିତ ପବନ କି ବର୍ଷା, କିଛି ହେବନି। ୧୪ ପୂର୍ବାହ୍ନରେ ବାଂଲାଦେଶ ଓ ମିଆଁମାର ମଧ୍ୟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି।’

Advertisment

‘ବାଂଲାଦେଶ କକ୍ସବଜାର ଓ ମିଆଁମାର କ୍ୟାଉକିପିଉ ମଧ୍ୟରେ ଉପକୂଳ ଛୁଇଁବ। ଉପକୂଳ ଛୁଇଁଲା ବେଳେ ପବନ ୧୧୦ରୁ ୧୩୦ କି.ମି. ବେଗରେ ବହିପାରେ। ବାତ୍ୟାର ପ୍ରଭାବ ଓଡ଼ିଶା କି ଆନ୍ଧ୍ରପ୍ରଦେଶ ଉପରେ ପଡ଼ିବନି। ବାତ୍ୟା ଜନିତ ପବନ କି ବର୍ଷା ଓଡ଼ିଶା ଏବଂ ଆନ୍ଧ୍ରରେ ହେବନି’ ବୋଲି ଆଇଏମ୍‌ଡି ଡିଜି ସୂଚନା ଦେଇଛନ୍ତି।

Weather Update Cyclone Update
Advertisment
Advertisment