• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Swadesi Megha Mallhar Prusty

ପ୍ରବଳ ବର୍ଷିଲା । ଉପୁଡ଼ିଲା ଗଛ । ବାତ୍ୟା ରେମାଲ ପ୍ରଭାବରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ ଉପୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି । ତେବେ ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଛି । ରାସ୍ତାରେ ପଡ଼ିଥିବା ବଡ଼ ବଡ଼ ଗଛକୁ କାଟି ସଫା କରାଯାଉଛି ।

ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ବର୍ଷା ଲାଗି ରହିଛି । ଲ୍ୟାଣ୍ଡଫଲ୍ ପରେ ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରେମାଲ ଘଣ୍ଟା ପ୍ରତି ୧୩ କିମି ବେଗରେ ଉତ୍ତର ଦିଗକୁ ଗତି କରୁଛି । ଖୁବଶୀଘ୍ର ଏହା ଏକ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି ।

ଗତକାଲି ରାତି ପ୍ରାୟ ସାଢ଼େ ୧୦ଟା ବେଳେ ଭୀଷଣ ବାତ୍ୟା ରୂପରେ ଆରମ୍ଭ ହୋଇଥିଲା ରେମାଲର ଲ୍ୟାଣ୍ଡପଲ ପ୍ରକ୍ରିୟା । ପ୍ରାୟ ୨ ଘଣ୍ଟା ଧରି ଚାଲିଥିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଏହି ସମୟରେ ପବନର ବେଗ ଥିଲା ଘଣ୍ଟା ପ୍ରତି ୧୧୦ରୁ ୧୨୦ କିମି । ତେବେ କିଛି କିଛି ସମୟରେ ପବନର ବେଗ ଥିଲା ଘଣ୍ଟା ପ୍ରତି ୧୩୫ କିମି ।

ଅଧିକ ପଢ଼ନ୍ତୁ: ଭୀଷଣ ହେଲା ବାତ୍ୟା 'ରେମାଲ', ସାଗର ଦ୍ୱୀପ-ଖେପୁପରା ମଧ୍ୟରେ ଛୁଇଁବ ସ୍ଥଳଭାଗ

ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ସାଗର ଆଇଲ୍ୟାଣ୍ଡ ଏବଂ ଖେପୁପାରା ମଧ୍ୟରେ ଏହା ଲ୍ୟାଣ୍ଡଫଲ୍ କରିଛି । ବାତ୍ୟା ପ୍ରଭାବରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଛି । ପଶ୍ଚିମବଙ୍ଗରଦକ୍ଷିଣ ୨୪ ପ୍ରଗଣା, ଉତ୍ତର ଚବିଶ ପ୍ରଗଣା, ପୂର୍ବ ମେଦିନୀପୁର, କୋଲକାତା, ହାୱଡା, ହୁଗୁଳି ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି ।

ସେହିପରି ବାଂଲାଦେଶରେ ବାତ୍ୟା ଲାଗି ତଳିଆ ଅଞ୍ଚଳରୁ ୮ ଲକ୍ଷ ଲୋକଙ୍କୁ ସ୍ଥାନାନ୍ତର କରାଯାଇଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି । ସେହିପରି ୨୭ରେ ମଧ୍ୟ ଉତ୍ତର ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ କହିଛି । ସୂଚନାଯୋଗ୍ୟ ମେ’୧୯ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଆଣ୍ଡାମାନ ସାଗର, ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ନିକୋବର ଦ୍ୱୀପ ପୁଞ୍ଜ ଛୁଇଁଛି । କେରଳକୁ ମୌସୁମୀ ବାୟୁ ଛୁଇଁବା ପରେ ଓଡ଼ିଶାରେ କେବେ ମୌସୁମୀ ବାୟୁ ପହଞ୍ଚିବ ସେନେଇ କୁହାଯାଇପାରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

OTV is now on Whatsapp

Join and get latest news update delivered to you via whatsapp

Join Now