Advertisment

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରଶାସନ ପ୍ରସ୍ତୁତି, ଓଡ୍ରାଫ୍ ଓ NDRFଙ୍କୁ ଆଲର୍ଟ

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।  ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ।

ଅଦ୍ୟତନ ହୋଇଛି
weather updates

weather updates

Advertisment

 ଭୁବନେଶ୍ୱର: ଓଡ଼ିଶାକୁ ପୁଣି ବାତ୍ୟା ବିପଦ।  ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ । ଆସନ୍ତା କିଛି ଘଣ୍ଟାରେ ଏହା ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବା ସମ୍ଭାବନା ରହିଛି । ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସଦ୍ୟତମ ସୂଚନା ଅନୁସାରେ ଏହା ଗୋପାଳପୁରରୁ ପୂର୍ବ ଓ ଦକ୍ଷିଣ ପୂର୍ବ ୫୧୦ କିମି ଦୂରରେ ଏହା ଅବସ୍ଥିତ ରହିଛି । ଶେଷ ୬ ଘଣ୍ଟାରେ ୧୨ କିମି ବେଗରେ ଉପକୂଳକୁ ମୁହାଁଉଛି । ଆସନ୍ତାକାଲି ସନ୍ଧ୍ୟା ସୁଦ୍ଧା ସ୍ଥଳଭାଗ ଛୁଇଁବା ନେଇ ସମ୍ଭାବନା ରହିଛି ।

Advertisment

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।  ରାଜ୍ୟ ସରକାରଙ୍କ ପ୍ରସ୍ତୁତି ସଂପର୍କରେ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା। ଭାରତୀୟ ପାଣିପାଗ କାର୍ଯ୍ୟାଳୟର ପୂର୍ବାନୁମାନ ଅନୁସାରେ ବାତ୍ୟାଟି ଆସନ୍ତାକାଲି ସ୍ଥଳଭାଗ ଛୁଇଁବ।  ଆନ୍ଧ୍ର ପ୍ରଦେଶର କଳିଙ୍ଗପଟ୍ଟନମ୍ ନିକଟରେ ଲ୍ୟାଣ୍ଡଫଲ୍ କରିବ ବୋଲି ଆକଳନ କରାଯାଇଛି । ଏଣୁ ଏହାର ପ୍ରଭାବରେ  ରାଜ୍ୟର ୭ଟି ଜିଲ୍ଲାରେ ଅଧିକ ବର୍ଷା ଓ ପବନ ହେବା ସମ୍ଭାବନା ରହିଛି ।

Advertisment

ବିଶେଷକରି ଗଂଜାମ, ଗଜପତି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ ଓ ମାଲକାନଗିରିରେ ଅଧିକ ପ୍ରଭାବ ପଡ଼ିବ ବୋଲି ସେ କହିଛନ୍ତି।  ଆକଳନ ଅନୁସାରେ ଅଳ୍ପ ପବନ ହେବ । ହେଲେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତାକାଲି ଓ ପରଦିନ ୨୭ ତାରିଖରେ ବର୍ଷା ପରିମାଣ ଅଧିକ ରହିବ ବୋଲି SRC କହିଛନ୍ତି । ତେବେ ବାତ୍ୟା ନେଇ କାଲିଠାରୁ ପ୍ରସ୍ତୁତି ଆରମ୍ଭ କରାଯାଇଛି ।

ଏ ନେଇ ୭ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା ସହ ପ୍ରସ୍ତୁତି ଜାରି ରହିଛି ବୋଲି ଏସ୍ଆରସି କହିଛନ୍ତି । ପ୍ରଭାବିତ ହେବାକୁ ଥିବା ୭ ଜିଲ୍ଲା ସହ ନୟାଗଡ଼ରେ ଓଡ୍ରାଫ୍ ଓ NDRF ମୁତୟନ କରାଯିବ ।ଓଡ୍ରାଫର ୪୨ ଓ NDRFର ୨୪ଟି ଟିମ୍ ମୁତୟନ କରାଯିବ ବୋଲି ଏସ୍ଆରସି କହିଛନ୍ତି। ତେବେ ପ୍ରବଳ ବର୍ଷା ଯୋଗୁଁ କେତେକ ସ୍ଥାନରେ ଫ୍ଲାସ୍ ଫ୍ଲଡ ହୋଇପାରେ ।

Advertisment

ଋଷିକୂଲ୍ୟା, ନାଗାବଳୀ ଓ ବଂଶଧାରାରେ ବନ୍ୟା ଆସିପାରେ। ତେବେ ସମ୍ଭାବ୍ୟ ବାତ୍ୟା ତିତଲି ଭଳି ହେବ ବୋଲି ଅନୁମାନ କରାଯାଉଛି। ଏଣୁ ଗଜପତି ଓ ରାୟଗଡ଼ା ଜିଲ୍ଲାରେ ଭୂସ୍ଖଳନ ହୋଇପାରେ ବୋଲି ଏସ୍ଆରସି କହିଛନ୍ତି।

ଅନ୍ୟପକ୍ଷେ ବତ୍ୟାକୁ ଦୃଷ୍ଟିରେ ରଖି ଭାରତୀୟ ତଟରକ୍ଷୀ ବାହିନୀ ପକ୍ଷରୁ ଜରୁରୀକାଳୀନ ସହାୟତା ଲାଗି ଟୋଲ୍‌ ଫ୍ରି ନମ୍ବର- ୧୫୫୪ ଜାରି ହୋଇଛି। ପ୍ରବଳ ବର୍ଷା ସାଙ୍ଗକୁ ପ୍ରାୟ ୭୦ କିଲୋମିଟର ବେଗରେ ପବନର ହେବାର ସମ୍ଭାବନା ଥିବାରୁ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବା ଲାଗି ସତର୍କ ସୂଚନା ଜାରି କରାଯାଇଛି। ପାଟ୍ରୋଲିଂ ଜାହାଜ ଏବଂ ଡୋର୍ନିୟର ବିମାନ ସାହାଯ୍ୟରେ ତଟରକ୍ଷୀ ବାହିନୀ ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନଙ୍କ ଉପରେ କଡ଼ା ନଜର ରଖିଥିବା କହିଛନ୍ତି।

ଅନ୍ୟପକ୍ଷେ, ବାତ୍ୟା ପାଇଁ ଗଜପତି ଜିଲ୍ଲାରେ ଛୁଟି ବାତିଲ । ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୨୫ ଓ ୨୬ରେ ଅଫିସରଙ୍କ ଛୁଟି ବାତିଲ କରାଯାଇଛି। ଜରୁରୀ ପରିସ୍ଥିତିର ସାମ୍ନା କରିବା ପାଇଁ ଅଫିସରଙ୍କୁ ହେଡକ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ବିନା ଅନୁମତିରେ କେହି ହେଡକ୍ୱାଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ ରହିଛି । ବାତ୍ୟା ପ୍ରଭବରେ ୨୫ରୁ ୨୭ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି ।

Cyclone Warning Odisha Cyclone Cyclone Disaster Management
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ