• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Manoranjan Behera

ବାତ୍ୟା ସିତ୍ରାଙ୍ଗକୁ ନେଇ ବଢୁଛି ସସ୍‌ପେନ୍ସ । ଏହାର ପ୍ରଭାବ ଓ ଗତିପଥ ଏବେ ବି ସ୍ପଷ୍ଟ ହୋଇନଥିବା ବେଳେ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି । ଆଜି ଘୂର୍ଣ୍ଣିବଳୟଟି ଲଘୁଚାପରେ ପରିଣତ ହୋଇ ୨୨ରେ ଅବପାତ ଆଉ ୨୪ ସକାଳେ ବାତ୍ୟାରେ ପରିଣତ ହେବ ବୋଲି ଆକଳନ କରୁଛି ପାଣିପାଗ ବିଭାଗ ।

ବଡ଼ କଥା ହେଲା, ଆଇଏମଡି ଜିଏଫଏସ୍ ମଡେଲ କହୁଛି, ଓଡିଶାରେ ସ୍ଥଳ ଭାଗ ଛୁଇଁ ପାରେ ବାତ୍ୟା ସିତ୍ରାଙ୍ଗ । ତେବେ ଆଇଏମ୍‌ଡି ବାତ୍ୟାର ଗତିପଥ ଓ ଲ୍ୟାଣ୍ଡଫଲ୍ ନେଇ ଏଯାଏଁ କୌଣସି ଆକଳନ କରିନାହିଁ । ଅବପାତରେ ପରିଣତ ହେବା ପରେ ବାତ୍ୟା ସଂପର୍କିତ ଅଧିକ ସୂଚନା ଦିଆଯିବ ବୋଲି କହିଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ।

ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ପ୍ରଭାବିତ ହେବାକୁ ଥିବା ୭ ଊପକୂଳ ଜିଲ୍ଲାକୁ ଚିଠି ଲେଖି ସତର୍କ କରାଇଛନ୍ତି ଏସ୍‌ଆର୍‌ସି । ସେହି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ୱର । ଦୀପାବଳି ଛୁଟି ବାତିଲ କରି ୨୩ ଏବଂ ୨୪ ଜିଲ୍ଲା ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ୨୨ରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ମନା କରାଯାଇଛି । ୨୨ ତାରିଖ ସୁଦ୍ଧା ସମୁଦ୍ର ମଧ୍ୟରୁ ମତ୍ସ୍ୟଜୀବୀମାନଙ୍କୁ ଉପକୂଳକୁ ଫେରି ଆସିବାକୁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।