• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Chandan Shishu

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ।

ଏହାସହ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିବ। 

OTV is now on Whatsapp

Join and get latest news update delivered to you via whatsapp

Join Now