Low Pressure in Bay of Bengal
Advertisment
ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଶ୍ରୀଲଙ୍କା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ମଧ୍ୟ ସୃଷ୍ଟି ହୋଇଛି। ଏନେଇ ଭୁବନେଶ୍ୱର ଅାଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଆଜିଠୁ ୨ ତାରିଖ ଯାଏଁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବ।
Advertisment
ଏହାସହ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା- ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର। ଅନ୍ୟ ଜିଲ୍ଲାରେ କୋହଲା ପାଗ ସାଙ୍ଗକୁ ହାଲକା ପବନ ବହିବ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/IMAGE_1635479486.jpg)