Advertisment

୧୫ ପରେ ଆସିବ ଲଘୁଚାପ !

ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଛନ୍ତି।

ଅଦ୍ୟତନ ହୋଇଛି
୧୫ ପରେ ଆସିବ ଲଘୁଚାପ !

Heavy Rainfall

Advertisment

ଭୁବନେଶ୍ୱର: ୧୫ ତାରିଖ ପରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣି ବଳୟ। ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ଓ ବର୍ଷା ପେରିବ। ଏନେଇ OTVକୁ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟରେ ବର୍ଷା ନିଅଣ୍ଟିଆ ନାହିଁ। ଭଦ୍ରକ, ଯାଜପୁର, କେନ୍ଦୁଝର, ବଲାଙ୍ଗିର, କଳାହାଣ୍ଡିରେ ବେଶି ନିଅଣ୍ଟିଆ ରହିଛି। ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅଗଷ୍ଟ ୧୫ ପର୍ଯ୍ୟନ୍ତ ରାଜ୍ୟରେ ଏମିତି ନିଅଣ୍ଟିଆ ସ୍ଥିତି ଲାଗି ରହିବ ବୋଲି କହିଛନ୍ତି।

Advertisment

ଶ୍ରୀ ମହାପାତ୍ରଙ୍କ କହିବାନୁଯାୟୀ, ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେଲେ ଓଡ଼ିଶାରେ ବର୍ଷା ହୋଇଥାଏ। ମାତ୍ର ଅଗଷ୍ଟ ମାସରେ କୌଣସି ଲଘୁଚାପ ସୃଷ୍ଟି ହେଲା ନାହିଁ। ଯେଉଁଥିପାଇଁ ନିଅଣ୍ଟିଆ ବର୍ଷା ହୋଇଛି। ତେବେ ବର୍ତ୍ତମାନ ଯାହା ଜଣାପଡ଼ୁଛି ଆସନ୍ତା ୧୫ ତାରିଖ ଯାଏଁ ଏଭଳି ନିଅଣ୍ଟିଆ ବର୍ଷା ଲାଗି ରହିବ। ଅଳ୍ପ କେତେକ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। କିନ୍ତୁ ସକ୍ରିୟ ମୌସୁମୀ ବର୍ଷା ୧୫ ତାରିଖ ପରେ ହେବ ବୋଲି ଜଣାପଡ଼ୁଛି ବୋଲି ଶ୍ରୀ ମହାପାତ୍ର କହିଛନ୍ତି।

ଶ୍ରୀ ମହାପାତ୍ର ଆହୁରି କହିଛନ୍ତି ଯେ “ଓଡ଼ିଶାରେ ଏବର୍ଷ ମୌସୁମୀ ସକ୍ରିୟ ନାହିଁ। ଜୁନ୍‌ ପ୍ରଥମରୁ ଅଗଷ୍ଟ ୧୨ ଭିତରେ ୨୪ ଜିଲ୍ଲାରେ କମ୍‌ ବର୍ଷା ହୋଇଥିବା ରେକର୍ଡ଼ କରାଯାଇଛି। ମାତ୍ର ୬ଟି ଜିଲ୍ଲା ତଥା- କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ନୂଆପଡ଼ା ଓ କୋରାପୁଟ ଜିଲ୍ଲାରେ ସ୍ୱଭାବିକ ବର୍ଷା ହୋଇଛି। ଉତ୍ତର ଓଡ଼ିଶାର ଭଦ୍ରକ, ଯାଜପୁର, କେନ୍ଦୁଝର ବେଶୀ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଛି। ସେହିପରି ଦକ୍ଷିଣ ଆଭ୍ୟନ୍ତରିଣ ଓଡ଼ିଶାରେ ବଲାଙ୍ଗିର, କଳାହାଣ୍ଡି, ନବରଙ୍ଗପୁର ପ୍ରମୁଖ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଛି।

Advertisment

କିନ୍ତୁ ୧ରୁ ୧୨ ଅଗଷ୍ଟ ଭିତରେ ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ ସାଧାରଣ ବର୍ଷାଠାରୁ ୨୦ରୁ ୫୯% କମ୍‌ ବର୍ଷା ରେକର୍ଡ଼ କରାଯାଇଛି। ତେବେ ବାକି ଜିଲ୍ଲା ଗୁଡ଼ିକରେ ସାଧାରଣ ବର୍ଷା ଠାରୁ ୬୦%ରୁ କମ୍‌ ବର୍ଷା ହୋଇଛି। ଅର୍ଥାତ ସମଗ୍ର ଓଡ଼ିଶାରେ ନିଅଣ୍ଟିଆ ବର୍ଷା ରେକର୍ଡ଼ କରାଯାଇଛି। ବିଶେଷତ୍ୱ ଅଗଷ୍ଟ ୧ରୁ ୧୨ ଭିତରେ ଓଡ଼ିଶାରେ ବେଶୀ ବର୍ଷା ହେବା କଥା। ସେହି ସମୟରେ କମ୍‌ ବର୍ଷା ରେକର୍ଡ଼ କରାଯାଇଛି।”

 ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ୯ ଟି  ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ ଜିଲ୍ଲାରେ ସ୍ୱାଭାବିକ ଠାରୁ କମ ବର୍ଷା ହୋଇଛି। ବିଶେଷ କରି ମୌସୁମୀ ସକ୍ରିୟ ହେବା ପରେ ଓଡିଶାରେ ଲଘୁଚାପ ପ୍ରଭାବରେ ବର୍ଷା ହୁଏ କିନ୍ତୁ ଚଳିତ ବର୍ଷ ୪ଟି ଲୋ ପ୍ରେସର ବର୍ତ୍ତମାନ ସୁଦ୍ଧା ଫର୍ମେସନ ହୋଇଥିଲେ ମଧ୍ୟ ଗୋଟିଏ ଲୋ ପ୍ରେସରର ପ୍ରଭାବ ଓଡିଶା ଉପରେ ରହିଥିଲା। ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

Advertisment

ସେପଟେ ସମ୍ଭାବ୍ୟ ମରୁଡ଼ି ସ୍ଥିତି ନେଇ ସରକାର ସଜାଗ ଅଛନ୍ତି ବୋଲି କହିଥିଲେ ରାଜସ୍ୱ ମନ୍ତ୍ରୀ। ଏବେ ବି ବର୍ଷା ହେବାର ସମୟ ଅଛି। ଜିଲ୍ଲାପାଳମାନେ ପ୍ରାକୃତିକ ବିପର୍ଯ୍ୟୟ କମିଟିକୁ ଦୈନିକ ବର୍ଷାର ରିପୋର୍ଟ ଦିଅନ୍ତି। ସରକାର ସବୁ ସମୟରେ ଚାଷୀଙ୍କ ସହ ଅଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ ସୁଦାମ ମାର୍ଣ୍ଡି କହିଥିଲେ। 

Odisha Heavy Rainfall Alert Odisha Low Pressure Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ