/odishatv-khabar/media/post_attachments/uploadimage/library/16_9/16_9_0/IMAGE_1651633828.jpg)
Cyclonic Circulation Formed Over South Andaman Sea
ଦକ୍ଷିଣ ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସକାଳ ୫ଟା ୩୦ ମିନିଟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳର ମଧ୍ୟଭାଗ ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଆସନ୍ତା ୬ ତାରିଖ ବେଳେକୁ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ସକାଳ ୫.୩୦ ସମୟରେ ପାଣିପାଗ ତଥ୍ୟ ବିଶ୍ଳେଷଣ ଅନୁଯାୟୀ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି ଏବଂ ଏହା ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି | ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ତାରିଖ ବେଳକୁ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) May 4, 2022
ଦିନର ତାତି ପରେ ସଞ୍ଜରେ କାଳବୈଶାଖୀ ଝଡ଼ । ଗତକାଲି କଟକ ଓ ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ ଜୋରରେ ପବନ ସହ ବର୍ଷା ହୋଇଥିଲା । ଗତକାଲି ସଂଧ୍ୟାରୁ ପ୍ରାୟ ୩-୪ ଘଣ୍ଟା ଧରି କାଳବୈଶାଖୀ ବର୍ଷା ଲାଗି ରହିଥଇଲା। ବିଜୁଳି ଘଡ଼ଘଡ଼ି ମଧ୍ୟ ଜାରି ରହିଥିଲା। ଫଳରେ ଜାରି ରହିଥିବା ଗ୍ରୀଷ୍ମପ୍ରବାହ ଭିତରେ ଆଶ୍ୱସ୍ତି ଅନୁଭବ କରିଥିଲେ ଲୋକେ ।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)