/odishatv-khabar/media/post_attachments/uploadimage/library/16_9/16_9_0/IMAGE_1700819840.jpg)
Low Pressure
ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ। ଆସନ୍ତା ୨୭ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ସମ୍ଭାବନା। ପାଣିପାଗ ବିଭାଗ ପକ୍ଷରୁ ଏନେଇ ଆକଳନ କରାଯାଇଛି।
Advertisment
ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ୨୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ପ୍ରବେଶ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୭ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ୨୯ ବେଳକୁ ଆହୁରି ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)