• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ତାତିରୁ ମିଳିବ ତ୍ରାହି । ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ ।

ସେପଟେ ଆଜି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୮ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।