Advertisment

ତାତିରୁ ମିଳିବ ତ୍ରାହି ! ଆସନ୍ତା ୭ତାରିଖ ବେଳକୁ ରାଜ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ସମ୍ଭାବନା,ଲଘୁଚାପ ସମ୍ଭାବନା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ସୂଚନା

ଅଦ୍ୟତନ ହୋଇଛି
Special story

Special story

Advertisment

ତାତିରୁ ମିଳିବ ତ୍ରାହି । ଆସନ୍ତା ୭ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷାର ଆକଳନ କରିଛି ପାଣିପାଗ ବିଭାଗ ।

Advertisment

ସେପଟେ ଆଜି ଠାରୁ ରାଜ୍ୟରେ ବଢିବ ବର୍ଷାର ପରିମାଣ । ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତା ୪ରୁ ୫ ଦିନ ଯାଏଁ ରାଜ୍ୟର କିଛି କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Advertisment

୮ଟି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, କନ୍ଧମାଳ, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

IMD Low Pressure Update
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ