/odishatv-khabar/media/post_attachments/uploadimage/library/16_9/16_9_0/s_1693545363.jpg)
Cyclonic circulation over BoB to trigger heavy rainfall in Odisha
ଆସନ୍ନ ମରୁଡ଼ିକୁ ନେଇ ଲାଗିରହିଥିବା ନାନା ଆଶଙ୍କା ଭିତରେ ଆଶ୍ୱସ୍ତି ଆଣିପାରେ ବର୍ଷା। ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।
Advertisment
ଏହାର ପ୍ରଭାବରେ ପବନର ଦିଗ ପରିବର୍ତ୍ତନ ହେବା ସହ ପାଗରେ ପରିବର୍ତ୍ତନ ଆସିବ। ୩ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଏହାସହ ପାଣିପାଗ ବିଭାଗ ଭାରି ବର୍ଷାର ପୂର୍ବାନୁମାନ କରିଛି।
ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ ଭାବେ ଉପକୂଳ ଓଡିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ।
Advertisment
ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)