Advertisment

୪ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ! ୩ରୁ ପ୍ରବଳ ବର୍ଷା ସମ୍ଭାବନା

ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Cyclonic circulation over BoB

Cyclonic circulation over BoB to trigger heavy rainfall in Odisha

Advertisment

ଆସନ୍ନ ମରୁଡ଼ିକୁ ନେଇ ଲାଗିରହିଥିବା ନାନା ଆଶଙ୍କା ଭିତରେ ଆଶ୍ୱସ୍ତି ଆଣିପାରେ ବର୍ଷା। ରାଜ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ୪ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  

Advertisment

ଏହାର ପ୍ରଭାବରେ ପବନର ଦିଗ ପରିବର୍ତ୍ତନ ହେବା ସହ ପାଗରେ ପରିବର୍ତ୍ତନ ଆସିବ। ୩ ତାରିଖରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବ। ଏହାସହ ପାଣିପାଗ ବିଭାଗ ଭାରି ବର୍ଷାର ପୂର୍ବାନୁମାନ କରିଛି। 

ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଆଜି ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ ଭାବେ ଉପକୂଳ ଓଡିଶା ସମେତ  ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ହୋଇପାରେ।

Advertisment

ଆସନ୍ତାକାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି।

Cyclonic Circulation Rainfall Alert
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ