Advertisment

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବ

ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି।

ଅଦ୍ୟତନ ହୋଇଛି
Low Pressure Alert In Odisha

Low Pressure over Bay of Bengal

Advertisment

ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବା ସହ ଉତ୍ତର-ପଶ୍ଚିମ ଦିଗରେ ଓଡିଶା-ଉପକୂଳ ଆଡକୁ ଗତିକରିବାର ସମ୍ଭାବନା ରହିଛି। 

Advertisment

ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୫.୮ କିମି ଯାଏ ବ୍ୟାପିଛି। ଗତକାଲିଠୁ ବିଭିନ୍ନ ଜିଲ୍ଲାରେ ବର୍ଷା  ଲାଗି ରହିଛି। ଅନେକ ସ୍ଥାନରେ ପାଗ ମେଘୁଆ ରହିବା ସହ ଝିପି ଝିପି ବର୍ଷା ବି ହେଉଛି। 

ଆଜି ଆହୁରି ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି।  ଏନେଇ ଆଜି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଏବଂ ୧୦ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Advertisment

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେପରି କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଏବଂ ପୁରୀ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଗାମୀ ୭୨ ଘଣ୍ଟା ଯାଏ ରାଜ୍ୟରେ କିଛି ଜିଲ୍ଲାକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। 

Advertisment
Heavy Rainfall Rain In Odisha Low Pressure Area Weather In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ