ବଙ୍ଗୋପସାଗରରେ ୬ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୪୮ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ ରହିବ କି ନା, ତାହା ଏଯାଏ ସ୍ପଷ୍ଟ ହୋଇନି। ସେପଟେ ଆଜି ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିପାରେ। ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଆଜି ୧୦ ଜିଲ୍ଲାରେ ବର୍ଷା ହୋଇପାରେ।