Advertisment

ଭୀଷଣ ବାତ୍ୟାରେ ପରିଣତ ହେଲା ଅସାନୀ

ଏହା ପୁରୀରୁ ୧୦୦ କିଲୋମିଟର ଦୂରରେ ଯିବ।

ଅଦ୍ୟତନ ହୋଇଛି
undefined

Cyclone Alert

Advertisment

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ଅସାନୀ ବର୍ତ୍ତମାନ ଭୀଷଣ ବାତ୍ୟାରେ ପରିଣତ ହୋଇଛି। ଏହା ପୁରୀ ଠାରୁ ୮୮୦ କିଲୋମିଟର ଦୂରରେ ଉତ୍ତର, ଉତ୍ତର-ପୂର୍ବ ଦିଗରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହି ଭୀଷଣ ବାତ୍ୟା ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ୧୪ କିଲୋମିଟର ବେଗରେ ଉତ୍ତର-ପଶ୍ଚିମ ଦିଗରେ ଗତି କରୁଥିବା ପାଣିପାଗ ବିଭାଗ ସୂଚନା ଦେଇଛି। ଗତକାଲି ଗଭୀର ଅବପାତ ପରେ ଆଜି ଏହା ବାତ୍ୟାର ରୂପ ନେଇଥିଲା।

Advertisment

ବାତ୍ୟାର ଅସାନୀ ଲାଇଭ ଅପଡେଟ୍ : ଲ୍ୟାଣ୍ଡଫଲ୍ କରିବନି ବାତ୍ୟା

ଆଇଏମଡି ଆକଳନ କହୁଛି, ସମୁଦ୍ରରେ ଯେତେ ବଳ ଗୋଟାଇଲେ ବି ଏହା ପ୍ରବଳ ବାତ୍ୟାରେ ହିଁ ସୀମିତ ରହିବ। ଉପକୂଳ ଅତିକ୍ରମ କରିବାର ସମ୍ଭାବନା ନାହିଁ। ୧୦ ତାରିଖରେ ଏହା ବଙ୍ଗୋପସାଗରର ପଶ୍ଚିମରେ କେନ୍ଦ୍ରୀଭୂତ ହେବ ପରେ କ୍ରମଶଃ ଉତ୍ତର ଉତ୍ତର-ପୂର୍ବ ଦିଗରେ ଗତି କରିବ। ଆଇଏମଡି ଡିଜିଙ୍କ ସୂଚନା ଅନୁଯାୟୀ ବାତ୍ୟାର ପ୍ରଭାବରେ ଉପକୂଳ ଅଞ୍ଚଳରେ ଅତି ବେଶିରେ ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ।

ସେହିପରି SRC ପ୍ରଦୀପ ଜେନା କହିଛନ୍ତି, ଓଡ଼ିଶା ଉପରେ ବାତ୍ୟା ଅସାନିର ବିଶେଷ ବିପଦ ନାହିଁ। କାରଣ ଏହା ପୁରୀରୁ ୧୦୦ କିଲୋମିଟର ଦୂରରେ ଯିବ। ଏହି ସମୟରେ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୦ କିଲୋମିଟର ରହିପାରେ। ୧୦ ତାରିଖରେ ଗଜପତି, ଗଂଜାମ ଓ ପୁରୀରେ ମଧ୍ୟମରୁ ପ୍ରବଳ ବର୍ଷା ହେବ। ୧୧ରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରରେ ବର୍ଷାର ପୂର୍ବାନୁମାନ କରାଯାଇଥିବ ବେଳେ ୧୨ ତାରିଖରେ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱରରେ ବର୍ଷା ହେବ ବୋଲି କୁହାଯାଇଛି।

Advertisment

 ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ଆକଳନ ସତ୍ତ୍ୱେ ବନ୍ୟା ଆଶଙ୍କା ନାହିଁ ବୋଲି କହିଛନ୍ତି SRC। ତଥାପି ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ଥିବାରୁ ପଦକ୍ଷେପ ନିଆଯାଇଛି। ଗଞ୍ଜାମ, ପୁରୀ, ଅସ୍ତରଙ୍ଗ, ଜଗତସିଂହପୁର, କେନ୍ଦ୍ରାପଡ଼ା ପାଇଁ ଓଡ୍ରାଫ ପ୍ରସ୍ତୁତ ଅଛନ୍ତି। ଆବଶ୍ୟକ ସ୍ଥଳେ ଲୋକଙ୍କୁ ସ୍ଥାନାନ୍ତର ପାଇଁ ଜିଲ୍ଲାପାଳମାନଙ୍କୁ କ୍ଷମତା ଦିଆଯାଇଥିବା କହିଛନ୍ତି ପ୍ରଦୀପ ଜେନା। 

Cyclone Cyclone Impact In Odisha Cyclone Asani
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ