Advertisment

୧୨ ଘଣ୍ଟାରେ ଭୀଷଣ ବାତ୍ୟା ! ଆଜି ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି।

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Cyclonic Storm Si-Trang Intensify Into A Severe Cyclonic Storm During Next 12 Hours

Cyclonic Storm Si-Trang Intensify Into A Severe Cyclonic Storm During Next 12 Hours

ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଭୀଷଣ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି। ବର୍ତ୍ତମାନ ଏହା ସାଗର ଦ୍ଵୀପପୁଞ୍ଜ ଠାରୁ ଦକ୍ଷିଣ ଦିଗରେ ୫୦୦ କି.ମି. ଦୂରରେ ପୂର୍ବ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ଗତ ୬ ଘଣ୍ଟା ମଧ୍ୟରେ ବାତ୍ୟା ‘ସିତ୍ରାଙ୍ଗ’ ଘଣ୍ଟା ପ୍ରତି ୧୨ କି.ମି. ବେଗରେ ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରୁଛି। 

Advertisment

ବାଂଲାଦେଶର ବରିସଲଠୁ ୬୫୦ କି.ମି. ଦୂରରେ ବାତ୍ୟା କେନ୍ଦ୍ରୀଭୂତ ରହିଛି। ୨୫ ତାରିଖ ସକାଳେ ଏହା ବାଂଲାଦେଶ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅନ୍ୟପକ୍ଷେ, ବାତ୍ୟା ‘ସିତ୍ରାଙ୍ଗ’ ପ୍ରଭାବରେ ଆଜି ଓଡ଼ିଶାର ୬ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ କଟକ। ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟା ପ୍ରତି ୩୫ରୁ ୪୫ କିଲୋମିଟର ରହିପାରେ। ପବନର ବେଗ ସର୍ବାଧିକ ଘଣ୍ଟା ପ୍ରତି ୫୫ କିଲୋମିଟର ହୋଇପାରେ।

Advertisment

‘ସିତ୍ରାଙ୍ଗ’ ପାଇଁ ରାଜ୍ୟର ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଅନ୍ୟପକ୍ଷେ, ବାତ୍ୟା ପାଇଁ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ ଡଙ୍ଗା ଓ ଭସାପୋଲ ସେବା ବନ୍ଦ କରାଯାଇଛି। ଏଥିଯୋଗୁ ଚିଲିକା ମଝିରେ ଥିବା ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ଅଞ୍ଚଳର ହଜାର ହଜାର ଲୋକ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଜିଲ୍ଲା ମୁଖ୍ୟାଳୟକୁ ଯିବା ପାଇଁ ଚିଲିକା ହିଁ ଗୋଟିଏ ମାଧ୍ୟମ। ମାତ୍ର ବାତ୍ୟା ପାଇଁ ଅଚାନକ ଯାତାୟତ ବନ୍ଦ କରାଯାଇଥିବାରୁ ସ୍ଥାନୀୟ ବାସିନ୍ଦା ଅସନ୍ତୋଷ ପ୍ରକାଶ କରିଛନ୍ତି।  

Cyclone Sitrang
Advertisment
Advertisment