Advertisment

Cyclonic Trough to Form in Arabian Sea: ୧୨ ଘଣ୍ଟାରେ ଲଘୁଚାପ; ୩୬ ଘଣ୍ଟାରେ ଅବପାତ

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଲଘୁଚାପଟି  ଅଧିକ  ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଏହା ଅବପାତରେ ପରିଣତ  ହେବ।

author-image
Tapaswini Nayak
ଅଦ୍ୟତନ ହୋଇଛି
low-presure

low-presure

ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଲଘୁଚାପ। ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଏହି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।ଲଘୁଚାପଟି  ଅଧିକ  ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଏହା ଅବପାତରେ ପରିଣତ  ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ  ଏନେଇ ସୂଚନା  ଜାରି  କରାଯାଇଛି।

Advertisment

ଅଧିକ ପଢ଼ନ୍ତୁ: ୪ ଦିନ ଯାଏଁ ଝଡ଼ବର୍ଷା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଫଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। 

ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର ଦିଗରେ ଗତି କରିବ। ପରେ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। 

Advertisment

 ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ  ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। 

ଉଲ୍ଲେଖଯୋଗ୍ୟ, ଆଜି  କିଛି ଜିଲ୍ଲାରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି।  ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଓୱାର୍ଣ୍ଣିଂ ଜାରି କରାଯାଇଛି। 

ଅଧିକ ପଢ଼ନ୍ତୁ: ଆଣ୍ଡାମାନ ଛୁଇଁଲା ମୌସୁମୀ ବାୟୁ

Weather Weather Update Rain Alert
Advertisment
Advertisment