ବଢ଼ୁଛି ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା, ୧୮ ଜଣଙ୍କ ଜୀବନ ନେଲାଣି ଖରା !

ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି ।

Heat Wave

ବଢ଼ିବାରେ ଲାଗିଛି ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁ ସଂଖ୍ୟା । ରାଉରକେଲା RGHରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଉରକେଲା RGHରେ ମୃତ୍ୟୁ ସଂଖ୍ୟା ୧୨ରେ ପହଞ୍ଚିଛି । ସେହିପରି ସୁନ୍ଦରଗଡ଼ରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ସୁନ୍ଦରଗଡ଼ ଜିଲ୍ଲାରେ ମୋଟ ୧୬ ଜଣଙ୍କ ଅସ୍ୱାଭାବିକ ମୃତ୍ୟୁ ଘଟିଛି ।

ରାଉରକେଲା ମେଡିକାଲର ସମସ୍ତ ମୃତକଙ୍କ ଶବ ବ୍ୟବଚ୍ଛେଦ ହେବ । ଏହାପରେ ଅସଲ କାରଣ ଜଣାପଡ଼ିବ । କିନ୍ତୁ ସନ୍ଦେହ କରାଯାଉଛି କି ଅଂଶୁଘାତରୁ ମୃତ୍ୟୁ ହୋଇଥାଇପାରେ । ତେଣୁ ଅଂଶୁଘାତକୁ ନେଇ ସତର୍କତା ଅବଲମ୍ବନ କରାଯାଇଛି । ସେହିଭଳି ଝାରସୁଗୁଡ଼ାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଖବର ଆସିଛି।

ଅଧିକ ପଢ଼ନ୍ତୁ: ମୁଣ୍ତ ନେଉଛି ହିଟୱେଭ୍‌ ! ଦିନକରେ ଗଲାଣି ୧୪ ଜୀବନ

ରାଉରକେଲା, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି । ସେପଟେ ରାଜ୍ୟରେ ଅସ୍ୱାଭାବିକ ମୃତ୍ୟୁକୁ ନେଇ ଆରମ୍ଭ ହୋଇଛି ତଦନ୍ତ । ଜିଲ୍ଲା ପ୍ରଶାସନ, ରାଜ୍ୟ ଜନସ୍ୱାସ୍ଥ୍ୟ ବିଭାଗ ଏବଂ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ତଦନ୍ତ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର ସତ୍ୟବ୍ରତ ସାହୁ ।

ଅଧିକ ପଢ଼ନ୍ତୁ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ପିକ୍ ଆୱାରରେ କାମ କରିବା ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରାରମ୍ଭିକ ସୂଚନାରୁ ଜଣାପଡ଼ିଛି । ଶବ ବ୍ୟବଚ୍ଛେଦ ଓ ତଦନ୍ତ ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ । ତେଣୁ ପିକ୍ ଆୱାର୍ ଅର୍ଥାତ ଦିନ ୧୧ରୁ ୩ଟା ଭିତରେ ଖରାକୁ ନବାହାରିବାକୁ ପରାମର୍ଶ ଦେଇଛନ୍ତି SRC । ଏପରିକି ଯିଏ ନିର୍ଦ୍ଦେଶ ଉଲ୍ଲଂଘନ କରିବେ, ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କଡ଼ା ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ଆଜି ବି ତାତିରୁ ମିଳିନି ନିସ୍ତାର । ସାଢ଼େ ୧୧ରେ ୪୨ ଡିଗ୍ରୀ ଟପିଛି ତାପମାତ୍ରା । ସାଢ଼େ ୧୧ଟା ସୁଦ୍ଧା ଝାରସୁଗୁଡ଼ା ତାପମାତ୍ରା ୪୨.୨ ଡିଗ୍ରୀ ରେକର୍ଡ କରାଯାଇଛି । ତାସହ ସମ୍ବଲପୁରରେ ୪୨ ଓ ଭୁବନେଶ୍ୱର ୩୩.୫ ଡିଗ୍ରୀ ଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି ହୋଇଛି । ଭୁବନେଶ୍ବରରେ ପାରଦ କମ କିନ୍ତୁ ଗୁଳିଗୁଳି ପ୍ରବଳ ଅନୁଭୂତ ହେଉଛି । ରାଜଧାନୀ ଭୁବନେଶ୍ୱରରେ ଆର୍ଦ୍ରତା ୭୮ ପ୍ରତିଶତ ରେକର୍ଡ କରାଯାଇଛି ।