/odishatv-khabar/media/post_attachments/uploadimage/library/16_9/16_9_0/rain_1725847661.jpg)
rain
ବଙ୍ଗୋପସାଗରରେ ଗଭୀର ଅବପାତ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଥିବା ଅବପାତ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୭ କିମି ବେଗରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ବର୍ତ୍ତମାନ ପୁରୀଠାରୁ ୧୧୦ କିମି ଦୂର କେନ୍ଦ୍ରୀଭୂତ ହୋଇଛି ଅବପାତ।
ଅଧିକ ପଢ଼ନ୍ତୁ: ବଙ୍ଗୋପସାଗରରେ ବଳ ଗୋଟାଉଛି ଅବପାତ, ଭୀଷଣ ବର୍ଷା ନେଇ ୭ଟି ଜିଲ୍ଲାକୁ ରେଡ୍ ଆଲର୍ଟ
ଆଜି ମଧ୍ୟାହ୍ନ ସମୟରେ ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି । ଏହା ପ୍ରଭାବରେ ବର୍ଷା ଲାଗି ରହିବା ସହ ଉପକୂଳଓଡ଼ିଶାରେ ପବନ ୬୦ କିମି ଯାଏ ବହିବା ସମ୍ଭାବନା ରହିଛି । ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଭୀଷଣ ବର୍ଷାନେଇ ଆଜି ୫ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି।
ପୁରୀ,ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲ୍ଲାରେ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି। ସେହିଭଳି ୧୨ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଏବଂ ଅନ୍ୟ ୧୩ ଜିଲ୍ଲାକୁପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ବାରଣ କରାଯାଇଛି। ଧାମରା, ପାରାଦୀପ, ପୁରୀ ଏବଂଗୋପାଳପୁର ପୋର୍ଟକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)