• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Prangyan Parimita

ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା 'ମିଧିଲି' । ଏହା ବାଂଲାଦେଶ ଉପକୂଳରେ ଲାଣ୍ଡଫଲ୍ କରିବ ।  ଉତ୍ତରପୂର୍ବ ଦିଗକୁ ଘଣ୍ଟାକୁ ୨୦ କିମି ବେଗରେ ଗତି କରୁଛି ବାତ୍ୟା । ଆସନ୍ତାକାଲି ଅର୍ଥାତ୍ ୧୮ ତାରିଖ ଭୋର ସମୟରେ ମୋଙ୍ଗଲା ଓ ଖେପାପୁରା ମଧ୍ୟରେ ସ୍ଥଳଭାଗକୁ ଅତିକ୍ରମ କରିବ । ତେବେ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ପଡ଼ିବ ନାହିଁ  । ଏହି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ବର୍ତ୍ତମାନ ଗଭୀର ଅବପାତଟି ପାରାଦୀପର ଦକ୍ଷିଣ-ପୂର୍ବ ଦିଗରେ ୧୯୦ କିଲୋମିଟର ଦୂରରେ ଅଛି। ସେହିପରି ଦୀଘା ଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ଏହା ୨୮୦ କିମି ଦୂରରେ ରହିଛି। ଏହା ଅଧିକ ଘନୀଭୂତ ହୋଇ ଆଗାମୀ ୯ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ। ଓଡ଼ିଶା ଉପରେ ଏହି ବାତ୍ୟାର ବିଶେଷ ପ୍ରଭାବ ପଡ଼ିବ ନାହିଁ ।

କେବଳ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ଆଜି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଭିତରେ ପବନର ବେଗ ବଢୁଥିବାରୁ ୧୮ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ...